ମୋ ସରକାରରେ ଶ୍ରମ ଓ କର୍ମଚାରୀ ବୀମା ବିଭାଗ

ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ମୋ ସରକାରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗକୁ ସାମିଲ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାରରେ ସାମିଲ ହେବା ପରେ ପ୍ରତ୍ୟେକ ଶ୍ରମିକ ଏହି କାର୍ଯ୍ୟାଳୟକୁ ଆସି ସୁଖଦ ଅନୁଭୂତି ନେଇ ଯିବେ। ବିଭିନ୍ନ ସ୍ତରରେ ଶ୍ରମିକମାନଙ୍କୁ ସଶକ୍ତ କରିବା ଦିଗରେ ଏହା ସହାୟକ ହେବ। ରାଜ୍ୟ ସରକାର ଏବଂ ଜନସାଧାରଣଙ୍କ ମଧ୍ୟରେ ବିଶ୍ୱାସକୁ ଦୃଢୀଭୂତ କରିବାରେ ମୋ ସରକାର ଏକ ମାଇଲଖୁଣ୍ଟ ଭାବେ କାର୍ଯ୍ୟ କରିବ। ସରକାରଙ୍କ ଏହି ନୂତନ ଉତ୍ତରଦାୟିତ୍ୱ ମଡେଲରେ ଲୋକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଜନସାଧାରଣଙ୍କର ବିକାଶ ଧାରାରେ ଶ୍ରମିକମାନେ ହେଉଛନ୍ତି ଏକ ମୁଖଶାଳା। ସେମାନଙ୍କର ଜୀବନ ସଂଘର୍ଷରେ ସମାଜ ସହାୟତାର ହାତ ବଢାଇବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟ ସରକାରଙ୍କ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ହେଉଛି ଏକ ଯୁଗାନ୍ତକାରୀ ଯୋଜନା। ଯାହାକି ଶ୍ରମିକମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଆସୁଛି। ନିୟୁତ ନିୟୁତ ଶ୍ରମିକଙ୍କୁ ଶିକ୍ଷା, ବିବାହ ଏବଂ ମାତୃତ୍ୱ ସହାୟତା ଯୋଗାଇ ଆସୁଛି। ମୋ ସରକାର ବିଭାଗର ବ୍ୟବସ୍ଥାକୁ ଆହୁରି ସୁଦୃଢ ଓ ପେସାଦାର କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। ପ୍ରତ୍ୟେକ ଶ୍ରମିକ ନିଜର ସ୍ବାଭିମାନ ଅନୁଭବ କରି ପାରିବେ। ସରକାରୀ କାର୍ଯ୍ୟାଳୟକୁ ଆସି ସେମାନେ ଯେପରି ସୁଖଦ ଅନୁଭୂତି ନେଇ ଫେରିବେ ସେ ନେଇ ବିଭାଗ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ କହିଛନ୍ତି ଯେ, ମୋ ସରକାର ସରକାରୀ କର୍ମଚାରୀଙ୍କୁ ଦୃଢ଼ ଭାବେ ବାଛିବାରେ ସହାୟକ ହୋଇଛି। ପ୍ରତ୍ୟେକ ଅଧିକାରୀ ଏହି ଉଦ୍ୟମରେ ସଫଳ ମଧ୍ୟ ହୋଇଛନ୍ତି। ସରକାର ମଧ୍ୟ ଏହି ଯୋଜନାରେ ଜନସାଧାରଣଙ୍କ ଠାରୁ ଉତ୍ତମ ପରାମର୍ଶ ପାଇ ପାରିଛନ୍ତି। ୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି ଅବସରରେ ନୂଆପଡ଼ା, ବରଗଡ଼, ସମ୍ବଲପୁର, ଜଗତ୍‌ସିଂହପୁର, ଗଜପତି ଏବଂ କଳାହାଣ୍ଡି ଜିଲାର ଜିଲା ଶ୍ରମ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ସେ କହିଛନ୍ତି ଯେ, ସମସ୍ତ ଅଧିକାରୀ ମୋ ସରକାର ବିଷୟରେ ଭଲ ଭାବେ ଅବଗତ ଅଛନ୍ତି। ଜନସାଧାରଣଙ୍କ ଆଶା ଆକାଂକ୍ଷା ପୂରଣ କରିବା ବିଭିନ୍ନ ବିଭାଗର କର୍ମଚାରୀଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। କାରଖାନା ଓ ବାଷ୍ପିତ୍ର ବିଭାଗ ମଧ୍ୟ ଏ ଦିଗରେ କାର୍ଯ୍ୟ କରିବାକୁ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri