ମୋ ସରକାରରେ ଶ୍ରମ ଓ କର୍ମଚାରୀ ବୀମା ବିଭାଗ

ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ମୋ ସରକାରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗକୁ ସାମିଲ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାରରେ ସାମିଲ ହେବା ପରେ ପ୍ରତ୍ୟେକ ଶ୍ରମିକ ଏହି କାର୍ଯ୍ୟାଳୟକୁ ଆସି ସୁଖଦ ଅନୁଭୂତି ନେଇ ଯିବେ। ବିଭିନ୍ନ ସ୍ତରରେ ଶ୍ରମିକମାନଙ୍କୁ ସଶକ୍ତ କରିବା ଦିଗରେ ଏହା ସହାୟକ ହେବ। ରାଜ୍ୟ ସରକାର ଏବଂ ଜନସାଧାରଣଙ୍କ ମଧ୍ୟରେ ବିଶ୍ୱାସକୁ ଦୃଢୀଭୂତ କରିବାରେ ମୋ ସରକାର ଏକ ମାଇଲଖୁଣ୍ଟ ଭାବେ କାର୍ଯ୍ୟ କରିବ। ସରକାରଙ୍କ ଏହି ନୂତନ ଉତ୍ତରଦାୟିତ୍ୱ ମଡେଲରେ ଲୋକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଜନସାଧାରଣଙ୍କର ବିକାଶ ଧାରାରେ ଶ୍ରମିକମାନେ ହେଉଛନ୍ତି ଏକ ମୁଖଶାଳା। ସେମାନଙ୍କର ଜୀବନ ସଂଘର୍ଷରେ ସମାଜ ସହାୟତାର ହାତ ବଢାଇବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟ ସରକାରଙ୍କ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ହେଉଛି ଏକ ଯୁଗାନ୍ତକାରୀ ଯୋଜନା। ଯାହାକି ଶ୍ରମିକମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଆସୁଛି। ନିୟୁତ ନିୟୁତ ଶ୍ରମିକଙ୍କୁ ଶିକ୍ଷା, ବିବାହ ଏବଂ ମାତୃତ୍ୱ ସହାୟତା ଯୋଗାଇ ଆସୁଛି। ମୋ ସରକାର ବିଭାଗର ବ୍ୟବସ୍ଥାକୁ ଆହୁରି ସୁଦୃଢ ଓ ପେସାଦାର କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। ପ୍ରତ୍ୟେକ ଶ୍ରମିକ ନିଜର ସ୍ବାଭିମାନ ଅନୁଭବ କରି ପାରିବେ। ସରକାରୀ କାର୍ଯ୍ୟାଳୟକୁ ଆସି ସେମାନେ ଯେପରି ସୁଖଦ ଅନୁଭୂତି ନେଇ ଫେରିବେ ସେ ନେଇ ବିଭାଗ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ କହିଛନ୍ତି ଯେ, ମୋ ସରକାର ସରକାରୀ କର୍ମଚାରୀଙ୍କୁ ଦୃଢ଼ ଭାବେ ବାଛିବାରେ ସହାୟକ ହୋଇଛି। ପ୍ରତ୍ୟେକ ଅଧିକାରୀ ଏହି ଉଦ୍ୟମରେ ସଫଳ ମଧ୍ୟ ହୋଇଛନ୍ତି। ସରକାର ମଧ୍ୟ ଏହି ଯୋଜନାରେ ଜନସାଧାରଣଙ୍କ ଠାରୁ ଉତ୍ତମ ପରାମର୍ଶ ପାଇ ପାରିଛନ୍ତି। ୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି ଅବସରରେ ନୂଆପଡ଼ା, ବରଗଡ଼, ସମ୍ବଲପୁର, ଜଗତ୍‌ସିଂହପୁର, ଗଜପତି ଏବଂ କଳାହାଣ୍ଡି ଜିଲାର ଜିଲା ଶ୍ରମ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ସେ କହିଛନ୍ତି ଯେ, ସମସ୍ତ ଅଧିକାରୀ ମୋ ସରକାର ବିଷୟରେ ଭଲ ଭାବେ ଅବଗତ ଅଛନ୍ତି। ଜନସାଧାରଣଙ୍କ ଆଶା ଆକାଂକ୍ଷା ପୂରଣ କରିବା ବିଭିନ୍ନ ବିଭାଗର କର୍ମଚାରୀଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। କାରଖାନା ଓ ବାଷ୍ପିତ୍ର ବିଭାଗ ମଧ୍ୟ ଏ ଦିଗରେ କାର୍ଯ୍ୟ କରିବାକୁ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?