‘ମୋ ସରକାର’ରେ ସାମିଲ ହେଲା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ବିଭାଗ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ମୋ ସରକାରରେ ସାମିଲ ହୋଇଛି। ଫଳରେ ସରକାର ଏହି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହ ସିଧାସଳଖ କଥା ହେବେ। ମଙ୍ଗଳବାର ଲୋକସେବା ଭବନରୁ ଭିଡିଓ କନଫରେନସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହିଳା, ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ ଅଧୀନରେ ମା’ ଏବଂ ଶିଶୁଙ୍କ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କଲ୍ୟାଣ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ଏହିସବୁ କାର୍ଯ୍ୟକ୍ରମ ସୁଫଳ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ସବୁଠୁ ଗରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମହିଳା ଶିଶୁବକାଶ ଓ ମିଶନ ଶକ୍ତି ବିଭାଗ କର୍ମଚାରୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେମାନଙ୍କ ନିଷ୍ଠାପର ଉଦ୍ୟମ ଦ୍ୱାରା ମମତା କାର୍ଯ୍ୟକ୍ରମ ସାରା ଦେଶରେ ଏକ ମଡେଲ ହୋଇପାରିଛି। ଓଡ଼ିଶାରେ ମିଶନ ଶକ୍ତି କାର୍ଯ୍ୟକ୍ରମ ସୁଦୃଢ ହୋଇଛି। ଏହିସବୁ କାର୍ଯ୍ୟକ୍ରମକୁ ଆଗକୁ ଜାରି ରଖିବା ସହ ଦୁର୍ନୀତିକୁ ପ୍ରଶୟ ନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ବିଭାଗର କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଏବଂ ୫ଟି ସଚିବ ଭି. ପାଣ୍ଡିଆନ୍‌ ମୋ ସରକାର କାର୍ଯ୍ୟକ୍ରମର ଉପାଦେୟତା ସମ୍ପର୍କରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri