‘ମୋ ସରକାର’ ଅଧୀନ ହେଲା ଗୃହନିର୍ମାଣ, ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଶୁକ୍ରବାର ମୋ ସରକାର କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ହୋଇଛି। ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହି ପଦକ୍ଷେପ ବିଭାଗରେ ଅଧିକ ପେସାଗତ ଦକ୍ଷତା ବୃଦ୍ଧି ସହ କର୍ମଚାରୀଙ୍କ ବ୍ୟବହାରିକ ଦୃଷ୍ଟିଭଙ୍ଗୀରେ ପରିବର୍ତ୍ତନ କରିବ ବୋଲି ଆଶା କରାଯାଉଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତବର୍ଷ ମାର୍ଚ୍ଚ ୩୧ସୁଦ୍ଧା ସମସ୍ତ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅଧୀନ ହେବାକୁ ଯାଉଛି। ସେହିକ୍ରମରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ମୋ ସରକାର ଅଧୀନ ହୋଇଛି। ବଢୁଥିବା ନଗରୀକରଣ ଏବଂ ବଢୁଥିବା ଆଧୁନିକ ଜୀବନଚର୍ଯ୍ୟାର ଭିତ୍ତିଭୂମିକୁ ସୁଦୃଢ କରିବା ହେଉଛି ସରକାରଙ୍କ ପ୍ରାଥମିକତା। ସାଧାରଣ ଲୋକଙ୍କ ସ୍ବାର୍ଥକୁ ଆଖି ଆଗରେ ରଖି ମାନବିକ ଦୃଷ୍ଟିଭଙ୍ଗୀ ରଖି ଆଧୁନିକ ସୁଖସୁବିଧା ଯୋଗାଇଦେବା ଉପରେ ସରକାର ଗୁରୁତ୍ୱ ଦେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଣତନ୍ତ୍ରରେ ସାଧାରଣ ଜନତା ହିଁ ପ୍ରକୃତ ମାଲିକ। ଏହା ପ୍ରତ୍ୟେକ ସରକାରୀ କର୍ମଚାରୀ ମନେରଖିବା ଉଚିତ। ତେଣୁ ସାଧାରଣ ଜନତାଙ୍କ ସମ୍ମାନ ପାଇଁ ପ୍ରତି କର୍ମଚାରୀ କାର୍ଯ୍ୟ କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମସ୍ତ ସହରବାସୀଙ୍କୁ ପାନୀୟଜଳ ଯୋଗାଇ ଦିଆଯାଉଛି। ସେହିଭଳି ଗରିବ ସହରାଞ୍ଚଳ ଅଧିବାସୀଙ୍କୁ ଜାଗା ମିଶନ ଜରିଆରେ ଜମି ମଧ୍ୟ ଯୋଗାଇ ଦିଆଯାଇଛି। କେବଳ ଜମି ନୁହେଁ, ସେମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ମୌଳିକ ସୁବିଧାର ବ୍ୟବସ୍ଥା କରାଯାଇଛି। ଏହି ଯୋଜନା ମାଧ୍ୟମରେ ପ୍ରାୟ ୫୦,୦୦୦ ସହରୀ ପରିବାରଙ୍କୁ ଉତ୍ତମ ଜୀବନଧାରଣ ଭେଟି ଦିଆଯାଇଛି। ଏହି ପଦକ୍ଷେପ ପାଇଁ ନିକଟରେ ରାଜ୍ୟ ସରକାର ୱାଲର୍‌ଡ ହାବିଟାଟ୍‌ ଆୱାର୍ଡ ମଧ୍ୟ ଲାଭ କରିଛନ୍ତି। ସେହିପରି ନଗର ଉନ୍ନୟନ ବିଭାଗ ମୋ ସରକାର ଅଧୀନରେ ଆହୁରିି ଅଧିକ ସୁଦୃଢ ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଏଥିପାଇଁ ଆବଶ୍ୟକ ଦକ୍ଷତା ବୃ୍‌ଦ୍ଧି, ବୈଷୟିକ ସହାୟତା, ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଏହା ନିଶ୍ଚୟ ମୋ ସରକାର କାର୍ଯ୍ୟକ୍ରମର ଲକ୍ଷ୍ୟ ହାସଲ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri