‘ମୋ ସରକାର’ ଅଧୀନ ହେଲା ଗୃହନିର୍ମାଣ, ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଶୁକ୍ରବାର ମୋ ସରକାର କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ହୋଇଛି। ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହି ପଦକ୍ଷେପ ବିଭାଗରେ ଅଧିକ ପେସାଗତ ଦକ୍ଷତା ବୃଦ୍ଧି ସହ କର୍ମଚାରୀଙ୍କ ବ୍ୟବହାରିକ ଦୃଷ୍ଟିଭଙ୍ଗୀରେ ପରିବର୍ତ୍ତନ କରିବ ବୋଲି ଆଶା କରାଯାଉଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତବର୍ଷ ମାର୍ଚ୍ଚ ୩୧ସୁଦ୍ଧା ସମସ୍ତ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅଧୀନ ହେବାକୁ ଯାଉଛି। ସେହିକ୍ରମରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ମୋ ସରକାର ଅଧୀନ ହୋଇଛି। ବଢୁଥିବା ନଗରୀକରଣ ଏବଂ ବଢୁଥିବା ଆଧୁନିକ ଜୀବନଚର୍ଯ୍ୟାର ଭିତ୍ତିଭୂମିକୁ ସୁଦୃଢ କରିବା ହେଉଛି ସରକାରଙ୍କ ପ୍ରାଥମିକତା। ସାଧାରଣ ଲୋକଙ୍କ ସ୍ବାର୍ଥକୁ ଆଖି ଆଗରେ ରଖି ମାନବିକ ଦୃଷ୍ଟିଭଙ୍ଗୀ ରଖି ଆଧୁନିକ ସୁଖସୁବିଧା ଯୋଗାଇଦେବା ଉପରେ ସରକାର ଗୁରୁତ୍ୱ ଦେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଣତନ୍ତ୍ରରେ ସାଧାରଣ ଜନତା ହିଁ ପ୍ରକୃତ ମାଲିକ। ଏହା ପ୍ରତ୍ୟେକ ସରକାରୀ କର୍ମଚାରୀ ମନେରଖିବା ଉଚିତ। ତେଣୁ ସାଧାରଣ ଜନତାଙ୍କ ସମ୍ମାନ ପାଇଁ ପ୍ରତି କର୍ମଚାରୀ କାର୍ଯ୍ୟ କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମସ୍ତ ସହରବାସୀଙ୍କୁ ପାନୀୟଜଳ ଯୋଗାଇ ଦିଆଯାଉଛି। ସେହିଭଳି ଗରିବ ସହରାଞ୍ଚଳ ଅଧିବାସୀଙ୍କୁ ଜାଗା ମିଶନ ଜରିଆରେ ଜମି ମଧ୍ୟ ଯୋଗାଇ ଦିଆଯାଇଛି। କେବଳ ଜମି ନୁହେଁ, ସେମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ମୌଳିକ ସୁବିଧାର ବ୍ୟବସ୍ଥା କରାଯାଇଛି। ଏହି ଯୋଜନା ମାଧ୍ୟମରେ ପ୍ରାୟ ୫୦,୦୦୦ ସହରୀ ପରିବାରଙ୍କୁ ଉତ୍ତମ ଜୀବନଧାରଣ ଭେଟି ଦିଆଯାଇଛି। ଏହି ପଦକ୍ଷେପ ପାଇଁ ନିକଟରେ ରାଜ୍ୟ ସରକାର ୱାଲର୍‌ଡ ହାବିଟାଟ୍‌ ଆୱାର୍ଡ ମଧ୍ୟ ଲାଭ କରିଛନ୍ତି। ସେହିପରି ନଗର ଉନ୍ନୟନ ବିଭାଗ ମୋ ସରକାର ଅଧୀନରେ ଆହୁରିି ଅଧିକ ସୁଦୃଢ ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଏଥିପାଇଁ ଆବଶ୍ୟକ ଦକ୍ଷତା ବୃ୍‌ଦ୍ଧି, ବୈଷୟିକ ସହାୟତା, ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଏହା ନିଶ୍ଚୟ ମୋ ସରକାର କାର୍ଯ୍ୟକ୍ରମର ଲକ୍ଷ୍ୟ ହାସଲ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?