ମୋ ସରକାର ଅଭିଯୋଗ ସେଲ୍‌ ଉଦ୍‌ଘାଟିତ

ଛତ୍ରପୁର,୧ା୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ମୋ ସରକାର ଅଭିଯୋଗ ଶୁଣାଣି ସେଲ୍‌ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ମଙ୍ଗଳବାର ଅପରାହ୍ନରେ ଛତ୍ରପୁର ଏନ୍‌ଏସିରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଗଞ୍ଜାମ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ସେଲ୍‌ର ଉଦ୍‌ଘାଟନ କରିଥିଲେ। ମୋ ସରକାର କାର୍ଯ୍ୟକ୍ରମରେ ୨୦୨୦ ଜାନୁୟାରୀ ପହିଲାରୁ ଏନ୍‌ଏସିରେ ଚାଲିଥିବା ବିଭିନ୍ନ କାର୍ଯ୍ୟ୍ୟକ୍ରମ ଓ ଯୋଜନାକୁ ସାମିଲ କରାଯିବ। ଏହି ପରିପ୍ରେକ୍ଷୀରେ ଏନ୍‌ଏସିରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନାରେ ଥିବା ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ଶୁଣାଣିକରି ସମାଧାନ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ମୋ ସରକାର ପାଇଁ ସମସ୍ତଙ୍କ ଅଭିଯୋଗ ଓ ସମସ୍ୟା ଶୁଣାଣି ଆସିବ ତାହା ମୋ ସରକାର ଯୋଜନାରେ ସାମିଲ କରି ଏହାର ସମାଧାନ ହେଲାକି ନାହିଁ ତାହା ଉପରେ ମତାମତ ସଂଗ୍ରହ କରାଯିବ। ଏପରିକି ଏ ସମ୍ବନ୍ଧରେ ସେବା ମିଳିଲାକି ନାହିଁ, ଉକ୍ତ ବିଭାଗର କର୍ମଚାରୀ ଓ ଅଧିକାରୀ ଠିକ୍‌ ବ୍ୟବହାର କଲେ କି ନାହିଁ ସେ ସମ୍ପର୍କରେ ମତ ଗ୍ରହଣ କରିବା ନେଇ ମୋ ସରକାର କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ ବୋଲି ଜିଲାପାଳ କହିଛନ୍ତି। ଯଦି କୌଣସି ନେଗେଟିଭ୍‌ ମତ ଆସିବ ତେବେ ଉକ୍ତ ଅଫିସ୍‌ର କର୍ମଚାରୀ ଓ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଛନ୍ତି। ଯଦି ଏହା ପରେ ମଧ୍ୟ ସ୍ଥିତିରେ ପରିବର୍ତ୍ତନ ଆସିବନି ତେବେ ଆଇନ୍‌ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି କାର୍ଯକ୍ରମରେ ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ , ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ସୁଦାମ ଚରଣ ମଣ୍ଡଳ, ଛତ୍ରପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲୀକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri