ମୋ ସରକାର କାର୍ଯ୍ୟକ୍ରମର ତଦାରଖ

ଫୁଲବାଣୀ ଅଫିସ, ୧୮ା୧-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୋ ସରକାର କାର୍ଯ୍ୟକ୍ରମ କିପରି ଚାଲିଛି ତା’ର ତଦାରଖ କରିଛନ୍ତି ସଚିବସ୍ତରୀୟ ଏକ ଟିମ୍‌ ା ଶୁକ୍ରବାର ବିଭାଗୀୟ ଉପ ସଚିବ ଡା. ଯସ୍ମିନ ପଟ୍ଟନାୟକ ଏବଂ ଯୁଗ୍ମ ନିର୍ଦ୍ଦେଶକ ଡା. ଆର. ଶତପଥୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସରକାରଙ୍କ ଦ୍ୱାରା ଚାଲିଥିବା ବିଭିନ୍ନ ଯୋଜନାର ରୂପରେଖ ଉପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଏବଂ ଅନ୍ୟ ଅଧିକାରୀଙ୍କ ପାଖରୁ ଅବଗତ ହୋଇଥିଲେ। ଏହାପରେ ସମସ୍ତ ବିଭାଗ ପରିଦର୍ଶନ କରିଥିଲେ ା ପ୍ରଥମେ ରୋଗୀ ସେବା କିପରି ଚାଲିଛି, ଔଷଧ ସେମାନେ ମେଡିକାଲରୁ ମାଗଣାରେ ନେଉଛନ୍ତିି କି ନାହିଁ, ଡାକ୍ତର କିମ୍ବା ଅନ୍ୟ କର୍ମଚାରୀ ସେମାନଙ୍କୁ ଭଲ ବ୍ୟବହାର ଦେଖାଉଛନ୍ତି କି ନାହିଁ ସେ ଉପରେ ପଚାରି ବୁଝିଥିଲେ। ରୋଗୀଙ୍କ ଖଟିଆରେ ପ୍ରତ୍ୟେକ ଦିନ ବେଡଶିଟ ବଦଳା ଯାଉଥିବା ଜାଣି ଖୁସି ବ୍ୟକ୍ତ କରିଥିଲେ ା ଏଥିସହ ମେଡିକାଲରେ ରୋଗୀ ଏବଂ ସମ୍ପର୍କୀୟଙ୍କ ପାଇଁ ପଡିଥିବା ଚେୟାର, ବେଡ ଅଭାବରୁ ତଳେ ପଡିଥିବା ମ୍ୟାଟ୍ରେସ, ଫିଜିଓଥେରାପି ସେଣ୍ଟର ଦେଖି ଆନନ୍ଦିତ ହୋଇଥିଲେ ା ପ୍ରତ୍ୟେକ ୱାର୍ଡ ସମ୍ମୁଖରେ ଅଧିକ ଚେୟାର ପକାଇବାକୁ ପରାମର୍ଶ ଦେଇଥିଲେ ା ଏହା ହେଲେ ଗହଳିକୁ ଏଡାଇ ଦିଆଯାଇ ପାରିବ ବୋଲି ମେଡିକାଲ ଅଧିକାରୀମାନଙ୍କୁ କହିଥିଲେ ା କୌଣସି ରୋଗୀଙ୍କ ପାଖରେ ବାହାର ମେଡିସିନ ପାଇ ନ ଥିବାରୁ କାର୍ଯ୍ୟକ୍ରମ ଠିକ୍‌ ଚାଲିଥିବା କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ରାଜଶ୍ରୀ ପଟ୍ଟନାୟକ, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ(ମେଡିକାଲ) ସିଏଚ୍‌. ରବିନାରାୟଣ ସୁବୁଦ୍ଧିି, ଜିଲା ପ୍ରୋଗ୍ରାମ ମ୍ୟାନେଜର ମନୋରଞ୍ଜନ ସାହୁ, ଜିଲା ପ୍ରଜନନ ଓ ଶିଶୁ ଅଧିକାରୀ ଆଶିଷ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri