ମୋ ସରକାର କାର୍ଯ୍ୟକ୍ରମର ତଦାରଖ

ଫୁଲବାଣୀ ଅଫିସ, ୧୮ା୧-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୋ ସରକାର କାର୍ଯ୍ୟକ୍ରମ କିପରି ଚାଲିଛି ତା’ର ତଦାରଖ କରିଛନ୍ତି ସଚିବସ୍ତରୀୟ ଏକ ଟିମ୍‌ ା ଶୁକ୍ରବାର ବିଭାଗୀୟ ଉପ ସଚିବ ଡା. ଯସ୍ମିନ ପଟ୍ଟନାୟକ ଏବଂ ଯୁଗ୍ମ ନିର୍ଦ୍ଦେଶକ ଡା. ଆର. ଶତପଥୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସରକାରଙ୍କ ଦ୍ୱାରା ଚାଲିଥିବା ବିଭିନ୍ନ ଯୋଜନାର ରୂପରେଖ ଉପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଏବଂ ଅନ୍ୟ ଅଧିକାରୀଙ୍କ ପାଖରୁ ଅବଗତ ହୋଇଥିଲେ। ଏହାପରେ ସମସ୍ତ ବିଭାଗ ପରିଦର୍ଶନ କରିଥିଲେ ା ପ୍ରଥମେ ରୋଗୀ ସେବା କିପରି ଚାଲିଛି, ଔଷଧ ସେମାନେ ମେଡିକାଲରୁ ମାଗଣାରେ ନେଉଛନ୍ତିି କି ନାହିଁ, ଡାକ୍ତର କିମ୍ବା ଅନ୍ୟ କର୍ମଚାରୀ ସେମାନଙ୍କୁ ଭଲ ବ୍ୟବହାର ଦେଖାଉଛନ୍ତି କି ନାହିଁ ସେ ଉପରେ ପଚାରି ବୁଝିଥିଲେ। ରୋଗୀଙ୍କ ଖଟିଆରେ ପ୍ରତ୍ୟେକ ଦିନ ବେଡଶିଟ ବଦଳା ଯାଉଥିବା ଜାଣି ଖୁସି ବ୍ୟକ୍ତ କରିଥିଲେ ା ଏଥିସହ ମେଡିକାଲରେ ରୋଗୀ ଏବଂ ସମ୍ପର୍କୀୟଙ୍କ ପାଇଁ ପଡିଥିବା ଚେୟାର, ବେଡ ଅଭାବରୁ ତଳେ ପଡିଥିବା ମ୍ୟାଟ୍ରେସ, ଫିଜିଓଥେରାପି ସେଣ୍ଟର ଦେଖି ଆନନ୍ଦିତ ହୋଇଥିଲେ ା ପ୍ରତ୍ୟେକ ୱାର୍ଡ ସମ୍ମୁଖରେ ଅଧିକ ଚେୟାର ପକାଇବାକୁ ପରାମର୍ଶ ଦେଇଥିଲେ ା ଏହା ହେଲେ ଗହଳିକୁ ଏଡାଇ ଦିଆଯାଇ ପାରିବ ବୋଲି ମେଡିକାଲ ଅଧିକାରୀମାନଙ୍କୁ କହିଥିଲେ ା କୌଣସି ରୋଗୀଙ୍କ ପାଖରେ ବାହାର ମେଡିସିନ ପାଇ ନ ଥିବାରୁ କାର୍ଯ୍ୟକ୍ରମ ଠିକ୍‌ ଚାଲିଥିବା କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ରାଜଶ୍ରୀ ପଟ୍ଟନାୟକ, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ(ମେଡିକାଲ) ସିଏଚ୍‌. ରବିନାରାୟଣ ସୁବୁଦ୍ଧିି, ଜିଲା ପ୍ରୋଗ୍ରାମ ମ୍ୟାନେଜର ମନୋରଞ୍ଜନ ସାହୁ, ଜିଲା ପ୍ରଜନନ ଓ ଶିଶୁ ଅଧିକାରୀ ଆଶିଷ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri