ମୋ ସରକାର କାର୍ଯ୍ୟକ୍ରମ ପାଇଁ ସ୍ବତନ୍ତ୍ର ବୈଠକ

ଛତ୍ରପୁର,୨୭ା୯(ଡି.ଏନ.ଏ)- ଅକ୍ଟୋବର ୨ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ ହେବ ା ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏଥିପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଗୁରୁବାର ଛତ୍ରପୁରସ୍ଥିତ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା ା ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଅଧ୍ୟକ୍ଷତା କରିଥିଲେ ା ଥାନାକୁ କେହି ବ୍ୟକ୍ତି ଆସିଲେ ତାଙ୍କ ଅଭିଯୋଗ ଶୁଣିବା ସହ ତାଉପରେ ଉଚିତ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ଅଭିଯୋଗକାରୀଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କରିବା ମୋ ସରକାର କାର୍ଯ୍ୟକ୍ରମର ମୂଳଲକ୍ଷ୍ୟ। ଏହାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରିବାକୁ ବୈଠକରେ ଏସ୍‌ପି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଥାନାଗୁଡିକରେ ନିୟମିତ ଆମ ପୋଲିସ ବୈଠକ କରି ଗୁଣିଗାରେଡ଼ି ସନ୍ଦେହ ଦୂର, ଅଘଟଣ ଆଶଙ୍କା ଓ ଅସୁବିଧା ହେଲେ ପୋଲିସକୁ ଜଣାଇବା, ଲୋକଙ୍କଠାରୁ ତଥ୍ୟ ସଂଗ୍ରହ କରିବାକୁ କୁହାଯାଇଥିଲା। ସେହିପରି ବରିଷ୍ଠ ନାଗରିକଙ୍କୁ ବିଭିନ୍ନ ସେବା ପ୍ରଦାନ ସହ ସେମାନଙ୍କ ଘରକୁ ଯାଇ ଅସୁବିଧା ସମ୍ପର୍କରେ ପଚାରିବାକୁ ଗୁରୁତ୍ୱ ଦିଆଯାଇଥିଲା ା ପ୍ରତି ଥାନାରେ ମହିଳା ଓ ଶିଶୁ ଡେସ୍କକୁ ଠିକ୍‌ ପରିଚାଳନା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୁରୁଣା ଅପରାଧୀଙ୍କ ଉପରେ ନଜର ରଖିବା, ହେଲମେଟ୍‌ ଯାଞ୍ଚ, ନିୟମିତ ପାଟ୍ରୋଲିଂ, ଅବକାରୀ ଧରପଗଡ କରିବାକୁ କୁହାଯାଇଥିଲା। ବୈଠକରେ ଅତିରିକ୍ତ ଏସପି ପତିତପାପବନ ଚୌଧୁରୀ, ଆରଟିଓ ସଞ୍ଜୟ ବିଶ୍ୱାଳଙ୍କ ସମେତ ଡିଏସ୍‌ପି, ଏସଡିପିଓ ଓ ଥାନା ଆଇଆଇସିମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri