‘ମୋ ସରକାର’ କାର୍ଯ୍ୟକ୍ରମ ପାଇଁ ଡିଜିପିଙ୍କ କଲ୍‌ସେଣ୍ଟର ପରିଦର୍ଶନ: ୩ ଅଭିଯୋଗକାରୀଙ୍କଠାରୁ ରିପୋର୍ଟ ନେଲେ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଥାନାରେ ସ୍ବଚ୍ଛତା ଆସିବ। ମିଳିବ ନ୍ୟାୟ ଓ ପୋଲିସର ଉତ୍ତମ ବ୍ୟବହାର। ଏନେଇ ରାଜ୍ୟ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଥାନାଗୁଡିକୁ ଆସୁଥିବା ଅଭିଯୋଗକାରୀଙ୍କଠାରୁ ଥାନା ରିପୋର୍ଟ ପ୍ରସ୍ତୁତ ଚାଲିଛି। ମଙ୍ଗଳବାର ରସୁଲଗଡ଼ସ୍ଥିତ ଷ୍ଟେଟ୍‌ କ୍ରାଇମ୍‌ ରେକର୍ଡ ବ୍ୟୁରୋ ଅଫିସରେ ଥିବା ରାଜ୍ୟସ୍ତରୀୟ କଲ୍‌ସେଣ୍ଟରକୁ ଡିଜିପି ବି.କେ. ଶର୍ମା ପରିଦର୍ଶନରେ ଆସି ଅଭିଯୋଗ ସଂକ୍ରାନ୍ତରେ କର୍ମଚାରୀଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ୩ ଥାନା ଯଥା ଭୁବନେଶ୍ୱରର ଧଉଳି, ନୟାଗଡ଼ ଓ ନବରଙ୍ଗପୁର ଥାନାକୁ ଆସିଥିବା ଜଣେ ଲେଖାଏ ଅଭିଯୋଗକାରୀଙ୍କ ସହ ସିଧାସଳଖ କଥାହୋଇ ରିପୋର୍ଟ ନେଇଛନ୍ତି। ଏଥିସହ ପୋଲିସର ବ୍ୟବହାର, ସେବା ଆଦି ସଂକ୍ରାନ୍ତରେ ପଚାରି ମାର୍କ ଦେବାକୁ କହିଥିଲେ। ତେବେ ଅଧିକାଂଶ ଅଭିଯୋଗକାରୀ ପୋଲିସର ବ୍ୟବହାରକୁ ନେଇ ଅସନ୍ତୋଷ ଜଣାଇଥିଲେ।
ଡିଜିପି ଶର୍ମା କଲ୍‌ସେଣ୍ଟରରୁ ବାହାରିବା ପରେ ଗଣମାଧ୍ୟମକୁ କହିଥିଲେ ଯେ, ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପୋଲିସ ଅଫିସରଙ୍କୁ ଟ୍ରେନିଂ ଦିଆଯାଇଛି। ସେହିପରି ଲୋକଙ୍କଠାରୁ ଫିଡ୍‌ବ୍ୟାକ୍‌ ଗ୍ରହଣ କରାଯାଉଛି। ଜିଲା, ରେଞ୍ଜ୍‌ ଓ ରାଜ୍ୟସ୍ତରରେ ଫିଡ୍‌ବ୍ୟାକ୍‌ ଗ୍ରହଣ କରାଯିବା ସହ ତର୍ଜମା କରାଯାଉଛି। ରାଜ୍ୟସ୍ତରର ଫିଡ୍‌ବ୍ୟାକ୍‌ ଷ୍ଟେଟ୍‌ କ୍ରାଇମ୍‌ ରେକର୍ଡ ବ୍ୟୁରୋରେ ଗ୍ରହଣ କରାଯାଉଛି। ଥାନାକୁ ଯାଇଥିବା ୩ଜଣ ବ୍ୟକ୍ତିଙ୍କୁ ସେମାନଙ୍କ ଅନୁଭୂତି ସମ୍ପର୍କରେ ପଚାରି ବୁଝିବା ସହ ଫିଡ୍‌ବ୍ୟାକ ଗ୍ରହଣ କରିଥିଲି। ତେବେ ବିଭିନ୍ନ ସମୟରେ ଅଭିଯୋଗକାରୀଙ୍କ ସହ ଯୋଗାଯୋଗବେଳେ ଅଧିକାଂଶ ପ୍ରଥମେ କହିବାକୁ ସଙ୍କୋଚ କରୁଛନ୍ତି। ସେମାନଙ୍କୁ ଧିରେ ଧିରେ ପଚାରିଲେ ସବୁକିଛି କହୁଛନ୍ତି। ଯେଉଁ ଥାନା ଅଧିକାରୀଙ୍କ ସପକ୍ଷରେ ମାର୍କ ଆସିବ ତାଙ୍କୁ ପୁରସ୍କାର ମିଳିବ ଓ ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଏହି ବ୍ୟବସ୍ଥା ଦ୍ୱାରା ଥାନାରେ ସ୍ବଚ୍ଛତା ଆସିପାରିବ ବୋଲି ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri