Posted inରାଜ୍ୟ

‘ମୋ ସ୍କୁଲ’ ଅଭିଯାନ ପ୍ରକଳ୍ପକୁ ୧୦.୭୫ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ‘ମୋ ସ୍କୁଲ’ ଅଭିଯାନର ୧୯ତମ କାର୍ଯ୍ୟକାରୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଓଡ଼ିଶାର ୨୮ଟି ଜିଲାରେ ଥିବା ୨,୬୫୭ ବିଦ୍ୟାଳୟର ମୋଟ ୧୦.୭୫ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦନ କରାଯାଇଛି। ଏଥିରେ ପ୍ରାୟ ୨୦ ହଜାର ପୁରାତନ ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତିରେ ପୁରାତନ ଛାତ୍ରୀଛାତ୍ରମାନେ ସର୍ବାଧିକ ୫୩.୭୨ ଲକ୍ଷ ଦେଇଥିବାବେଳେ ସୁନ୍ଦରଗଡ଼ରେ ୪୬.୭୨ ଲକ୍ଷ, କଳାହାଣ୍ଡିରେ ୩୬.୦୭ ଲକ୍ଷ, ବାଲେଶ୍ୱରରେ ୩୫.୯୨ ଲକ୍ଷ ଏବଂ କଟକରେ ୨୧.୯୩ ଲକ୍ଷ ଟଙ୍କା ପୁରାତନ ଛାତ୍ରୀଛାତ୍ରମାନେ ପ୍ରଦାନ କରିଛନ୍ତି। ଏ ସମସ୍ତ ଟଙ୍କାର ସମ୍ପୃକ୍ତ ସ୍କୁଲ୍‌ର ବିକାଶମୂଳକ କାର୍ଯ୍ୟରେ ବିନିଯୋଗ ହେବ। ତେବେ ବିଭିନ୍ନ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ଓ ତଦାରଖକୁ ଗୁରୁତ୍ୱ ଦିଆଯାଇ ବୈଠକରେ ଆଲୋଚନା କରାଯାଇଥିଲା। ‘ମୋ ସ୍କୁଲ’ ଅଭିଯାନ ପରିଚାଳନା କର୍ତ୍ତୃପକ୍ଷଙ୍କୁ ଜିଲା ଓ ଗୋଷ୍ଠୀସ୍ତରୀୟ ତଦାରଖ ବ୍ୟବସ୍ଥାକୁ ଦୃଢ଼ ଭାବେ କାର୍ଯ୍ୟକାରୀ କରିବା ପାଇଁ ପ୍ରମୁଖ ଶାସନ ସଚିବ ସାହୁ ନିର୍ଦ୍ଦେଶ ଦେଇଥିଲେ। ଏହି ଜିଲାସ୍ତରୀୟ ତଦାରଖ ଟିମ୍‌ ପ୍ରତି କାର୍ଯ୍ୟକାରୀ ପରିଷଦର ବୈଠକ ପୂର୍ବରୁ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ବିଷୟରେ ‘ମୋ ସ୍କୁଲ୍‌’ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇବେ। ପ୍ରତି ଜିଲା ଓ ଗୋଷ୍ଠୀ ସ୍ତରରେ ‘ମୋ ସ୍କୁଲ’ ସହାୟତା ଦଳ ଗଠନ କରିବା ସହ ଏହାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏଥିସହ ଓଡ଼ିଶାର ପୁରାତନ ଛାତ୍ରୀଛାତ୍ରଙ୍କଠାରୁ ଭିଡିଓ ବାର୍ତ୍ତା ସଂଗ୍ରହ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏ ପର୍ଯ୍ୟନ୍ତ ୨ ଲକ୍ଷରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରୀଛାତ୍ର ଏବଂ ଅନ୍ୟମାନେ ବିଦ୍ୟାଳୟଗୁଡ଼ିକ ସହ ଯୋଡ଼ି ହୋଇସାରିଥିବା କୁହାଯାଇଛି। ଏହି ବୈଠକରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା, ନିର୍ଦ୍ଦେଶକ, ଏସ୍‌ସିଇଆର୍‌ଟି, ବିଭାଗୀୟ ଅତିରିକ୍ତ ଶାସନ ସଚିବ, ‘ମୋ ସ୍କୁଲ’ର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏବଂ ଭାରପ୍ରାପ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri