Posted inଜାତୀୟ

ମୋ ସ୍ବାମୀଙ୍କୁ ସିବିଆଇ ମାରିଦେଇଛି

କୋଲକାତା,୧୫ା୧୨: ଗତ ମାର୍ଚ୍ଚ ୨୧ରେ ପଶ୍ଚିମବଙ୍ଗସ୍ଥିତ ବୀରଭୂମ ଜିଲା ରାମପୁରହାଟରେ ଅଭାବନୀୟ ଘଟଣା ଘଟିଥିଲା। ବୋରତୁଲ ଗ୍ରାମରେ ଭୋରରେ ଏକ ଭସ୍ମୀଭୂତ ଘରୁ ୨ ଶିଶୁ ଓ ଅନ୍ୟ ୭ ଜଣଙ୍କ ମୃତଦେହ ଜବତ ହୋଇଥିବାବେଳେ ଆଉ ଜଣେ ଆହତ ହସ୍ପିଟାଲରେ ଆଖି ବୁଜିଦେଇଥିଲେ। ପୂର୍ବ ରାତି ୮ଟା ୩୦ରେ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଜଣେ ନେତା ତଥା ବର୍ଶାଲ ଗ୍ରାମର ପଞ୍ଚାୟତ ଉପମୁଖ୍ୟ ଭାଦୁ ଶେଖ୍‌ଙ୍କୁ ହତ୍ୟା କରାଯିବା ପରେ ଏହି ଘଟଣା ଘଟିଥିବାରୁ ରାଜନୀତି ସରଗରମ ହୋଇଥିଲା। ପରେ ମାମଲା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ହାତକୁ ଯାଇଥିଲା। ସିବିଆଇ ତଦନ୍ତ କରି କେତେଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସେମାନଙ୍କ ମଧ୍ୟରୁ ଗଣହତ୍ୟାର ଅଭିଯୁକ୍ତ ଲଲନ ଶେଖ୍‌ ଅନ୍ୟତମ। ସୋମବାର ଲଲନଙ୍କ ମୃତଦେହ ସିବିଆଇ କ୍ୟାମ୍ପ ଅଫିସର ଓ୍ବାଶ୍‌ରୁମ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ରାମପୁରହାଟ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଥିଲା। କିନ୍ତୁ ଲଲନଙ୍କ ସମ୍ପର୍କୀୟମାନେ ସିବିଆଇ ଅଧିକାରୀମାନଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆଣିଥିଲେ।

ସେମାନେ ତାଙ୍କ ମୃତଦେହକୁ ତଦନ୍ତକାରୀ ସଂସ୍ଥାର କ୍ୟାମ୍ପ୍‌ ଅଫିସକୁ ନେଇ ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିକ୍ଷୋଭ ବେଳେ ଅଫିସରେ ମୁତୟନ ସୁରକ୍ଷା କର୍ମୀଙ୍କ ସହ ବିବାଦ ହୋଇଥିଲା। ଲଲନଙ୍କ ସ୍ତ୍ରୀ ରେଶମା ବିବି କହିଥିଲେ, ମୋ ସ୍ବାମୀଙ୍କ ମୃତ୍ୟୁ ପାଇଁ ସିବିଆଇ ଅଫିସରମାନେ ଦାୟୀ। ସେମାନଙ୍କୁ ଦଣ୍ଡ ଦିଆଯାଉ। ହତ୍ୟାକାରୀମାନଙ୍କୁ ତୁରନ୍ତ ଗିରଫ କରା ନ ଗଲେ ସ୍ବାମୀଙ୍କ ଶେଷକୃତ୍ୟ ସମ୍ପନ୍ନ କରିବୁ ନାହିଁ। ଏପରି କି ଲଲନଙ୍କ ମୃତ୍ୟୁ ପରେ ତାଙ୍କୁ କାହିଁକି ଦେଖିବାକୁ ଦିଆଗଲା ନାହିଁ? ଏଥିରେ ନିଶ୍ଚିତ ଭାବେ କିଛି ରହସ୍ୟ ରହିଛି ବୋଲି ରେଶମା ଅଭିଯୋଗ ଆଣିଥିଲେ। କେବଳ ଏତିକି ନୁହେଁ, ସ୍ବାମୀଙ୍କ ବିରାଧରେ ଥିବା ମାମଲା ଚପାଇଦେବା ପାଇଁ ସିବିଆଇ ଅଧିକାରୀମାନେ ତାଙ୍କୁ ୫୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିବା ରେଶମା କହିଛନ୍ତି।

ଅନ୍ୟପକ୍ଷେ ୧୦ ଜଣଙ୍କୁ ହତ୍ୟା କରିଥିବା ଲଲନ ନିଜେ ଆମତ୍ହତ୍ୟା କରିଥିବା ପୋଲିସ କହିଛି। ଇତିମଧ୍ୟରେ ସିବିଆଇ ହାଜତରେ ଲଲନଙ୍କ ମୃତ୍ୟୁ ମାମଲାର ତଦନ୍ତ ଭାର ରାଜ୍ୟର କ୍ରାଇମ୍‌ ଇନ୍‌ଭେଷ୍ଟିଗେଶନ ଡିପାର୍ଟମେଣ୍ଟ (ସିଆଇଡି) ନେଇଛି। ଅନ୍ୟପକ୍ଷେ ହାଜତ ମୃତ୍ୟୁ ଘଟଣାରେ ପଶ୍ଚିମବଙ୍ଗ ପୋଲିସ ୭ ସିବିଆଇ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରିଛି। ସେମାନଙ୍କ ମଧ୍ୟରେ ଜଣେ ଡିଆଇଜି ଏବଂ ଜଣେ ଏସ୍‌ପି ଅଛନ୍ତି। ଉକ୍ତ ଏଫ୍‌ଆଇଆର୍‌କୁ ଚ୍ୟାଲେଞ୍ଜ କରି ସିବିଆଇ କାଲ୍‌କାଟା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri