ମୌସୁମୀ ଆସିଲେ ବଢିବ କରୋନା ସଂକ୍ରମଣ!

ନୂଆଦିଲ୍ଲୀ,୧୩।୬: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି। ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ପାର କରି ଯାଇଥିବା ବେଳେ ଆଗାମୀ ଦିନକୁ ନେଇ ଚିନ୍ତା ବଢିବାରେ ଲାଗିଛି। ଅନ୍ୟପଟେ ଦକ୍ଷିଣ ପୂର୍ବ ମୌସୁମୀ ବାୟୁ କେରଳ ପହଞ୍ଚିଥିବା ବେଳେ ଏବେ ଏହାର ପ୍ରଭାବରେ ମହାରାଷ୍ଟ୍ରରେ ପ୍ରବଳ ବର୍ଷାର ସମ୍ଭାନା ରହିଥିବା କହିଛି ପାଣିପାଗ ବିଭାଗ। ନିକଟରେ ମିଳିଥିବା ଏକ ରିପୋର୍ଟରୁ ଜଣାପଡିଛି କି ମୌସୁମୀ ଆସିଲେ ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବୃଦ୍ଧି ପାଇପାରେ। ଆଇଆଇଟି ମୁମ୍ବଇର ଏକ ରିପୋର୍ଟ ଅନୁଯାୟୀ, ହ୍ୟୁମୁଡିଟି ବା ଆର୍ଦ୍ରତା ବୃଦ୍ଧି ପାଇଲେ କରୋନା ଭାଇରସ ଅଧିକ ସମୟ ପର୍ଯ୍ୟନ୍ତ ପରିବେଶରେ ବଞ୍ଚି ରହିପାରେ। ଅନ୍ୟପଟେ ଖରାଦିନେ ହେଉଥିବା ଥଣ୍ଡା ସର୍ଦ୍ଦି ଭଲ ହେବାକୁ କମ୍‌ ସମୟ ଲାଗୁଥିବା ବେଳେ ବର୍ଷାଦିନେ ହେଉଥିବା ଥଣ୍ଡା ସର୍ଦ୍ଦି ଭଲ ହେବାକୁ ଅଧିକ ସମୟ ଲାଗିଥାଏ। ତେଣୁ ଏହାକୁ ନେଇ ବିଶେଷଜ୍ଞମାନେ କହୁଛନ୍ତି କି ମୌସୁମୀ ଆସିଲେ କରୋନା ସଂକ୍ରମଣ ବୃଦ୍ଧିର ସମ୍ଭାବନା ଅଧିକ ରହିଛି। ଏହାସହ ମୁମ୍ବାଇ, କୋଲକତା, ଗୋଆ ଭଳି ସହର ପାଇଁ ଏହା ବିପଦ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri