ମୌସୁମୀ ଓଡ଼ିଶା ଛୁଇଁବା ପରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ମାଲକାନଗିରି ଓ କୋରାପୁଟ ଜିଲାକୁ ମୌସୁମୀ ଛୁଇଁଥିବା ବେଳେ ଆଜି ଉପକୂଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ଏଥିସହିତ ୧୦ ଜିଲା ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହା ଛଡ଼ା ଉତ୍ତର ଆଭ୍ୟନ୍ତରୀଣ ଓଡ଼ଶା, ବାଲେଶ୍ୱର, ଭଦ୍ରକ, କଟକ, ଯାଜପୁର ଏବଂ ଖୋର୍ଦ୍ଧା ଜିଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ୧୨ ତାରିଖରେ ନବରଙ୍ଗପୁର ଏବଂ ନୂଆପଡା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି। ଏହି ସମୟରେ କୋରାପୁଟ, କନ୍ଧମାଳ, ବଲାଙ୍ଗୀର ଏବଂ ଗଞ୍ଜାମ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି। ୧୪ ତାରିଖରୁ ବର୍ଷା ପରିମାଣ ହ୍ରାସ ପାଇବ। ପୁଣି ୧୭ରୁ ଦୁଇଦିନ ମୌସୁମୀଜନିତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହିବ। ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
ମୌସୁମୀ ପ୍ରବେଶ କରିବା ପରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଲାଗି ରହିଛି। ଉପକୂଳରେ କମ୍‌ ବର୍ଷା ହେଉଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିଥିବା ଜଣାପଡିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗବାଡିରେ ସର୍ବାଧିକ ୫୪ ମି.ମି. ବର୍ଷା ରେକର୍ଡ କରାଯାଇଥିବା ବେଳେ ପାରଳାଖେମୁଣ୍ଡି ୨୩, ରାୟଗଡ଼ା ୨୪, ବଲାଙ୍ଗୀର ୨୨, ଫୁଲବାଣୀ ୧୨.୨, ଛତ୍ରପୁର ୧୦, ବାରିପଦା ୧୦.୨, ଗୋପାଳପୁର ୧୨.୬, ଭୁବନେଶ୍ୱର ୯.୯, ପାରାଦୀପ ୬.୨ ଏବଂ ବାଲେଶ୍ୱରରେ ୪.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି କୋରାପୁଟ ଜିଲାର ପଟାଙ୍ଗୀରେ ୬ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ମୟୂରଭଞ୍ଜର ବାଙ୍ଗିରିପୋଷୀରେ ୭, କଟକ ନିଆଳିରେ ୬, ତେଲକୋଇରେ ୫ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri