ମୌସୁମୀ ଦୁର୍ବଳ, ୯ ଯାଏ କାଁ ଭାଁ ବର୍ଷା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବହୀନ ରହିଛି। ଆକାଶ ମେଘାଚ୍ଛନ୍ନ ରହୁଥିଲେ ମଧ୍ୟ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ଲଘୁଚାପର କିଛି ଆକାର ଦିଶୁ ନାହିଁ। ତେବେ ୭ ତାରିଖରେ ଘୂର୍ଣ୍ଣିବଳୟ ଯୋଗୁ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ୮ ଓ ୯ ତାରିଖରେ ଉତ୍ତର ଓଡିଶାର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଜିଲାରେ ବର୍ଷା ପରିମାଣ ସାମାନ୍ୟ ବଢିବା ସମ୍ଭାବନା ରହିଛି। ତେବେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାର ଅଳ୍ପ କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ମୌସୁମୀ ଦୁର୍ବଳ ରହୁଥିବାରୁ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇଛି। ମିଳିଥିବା ସୂଚନା ଅନୁଯାୟୀ ଅନୁଗୋଳରେ ୧୧ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡାରେ ୫.୮, ଭୁବନେଶ୍ୱର ୬.୭, କେନ୍ଦୁଝର ୪.୬, ସୁନ୍ଦରଗଡ ୮, ସମ୍ବଲପୁର ୩.୮, ତାଳଚେର ୪, ଭବାନୀପାଟଣା ୧୮ ଟିଟିଲାଗଡ ୧୦ ଏବଂ ମାଲକାନଗିରିରେ ୧୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri