ମୌସୁମୀ ବର୍ଷାରେ ବେହାଲ ନୟାଗଡ଼ ସହର: ହଇରାଣ ହେଉଛନ୍ତି ଦୁଇସାହି ବାସିନ୍ଦା

ନୟାଗଡ଼ ଅଫିସ,୨୩ା୬- ଦୁଇଦିନ ଧରି ହୋଇଥିବା ପ୍ରାକ୍‌ ମୌସୁମୀ ବର୍ଷାରେ ବେହାଲ୍‌ ହୋଇଛି ନୟାଗଡ଼ ସହର। ବିଶେଷ କରି ରତନପୁର ଓ ଲୋକନାଥ ନଗର ବାସିନ୍ଦା ଏଥିଯୋଗୁ ହଇରାଣ ହେଉଛନ୍ତି। ଲୋକନାଥ ନଗରରେ ଡ୍ରେନ୍‌ ନିର୍ମାଣ କରା ନ ଯାଇ ରାସ୍ତା କରାଯାଇଥିବାରୁ ରାସ୍ତାରେ ପାଣି ଭାସୁଛି। ଏହାକୁ ନେଇ କଲୋନୀବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେହିପରି ନୟାଗଡ଼ ପୌର ପରିଷଦ କାର୍ଯ୍ୟାଳୟଠାରୁ ମାତ୍ର ୨ କିଲୋମିଟର ଦୂରରେ ଥିବା ରତନପୁର ଗ୍ରାମର ଲୋକମାନେ ନର୍ଦ୍ଦମା ପାଣି ଭିତରେ ରହୁଥିବା ଦେଖିବାକୁ ମିଳୁଛି। ଦୀର୍ଘ ୬ମାସ ହେଲା ସେମାନେ ଏଭଳି ଅବସ୍ଥାରେ ରହୁଥିଲେ ମଧ୍ୟ ପୌର ପରିଷଦ ପକ୍ଷରୁ ଏହାର ସମାଧାନ କରାଯାଉ ନାହିଁ। ପ୍ରକାଶ ଯେ, ରତନପୁର କଲୋନୀର ଏକ ସ୍ଥାନରେ ସହରର ସମସ୍ତ କଲୋନୀ ଓ ରାସ୍ତା ପାଣି ଜମିରହିଥାଏ। ପୂର୍ବରୁ ପାଣି ନିଷ୍କାସନ ପାଇଁ ସୁବିଧା ରହିଥିଲା। ହେଲେ ବର୍ତ୍ତମାନ ପାଣି ନିଷ୍କାସନ ହେଉଥିବା ସ୍ଥାନଟି ଜଣେ ବ୍ୟକ୍ତିଙ୍କର ହୋଇଥିବାରୁ ସେ ସେଠାରେ ଘର କରିଦେଇଛନ୍ତି। ଫଳରେ ପାଣି ନିଷ୍ପାସନ ହୋଇପାରୁ ନାହିଁ। ଏ ନେଇ ରତନପୁର ଓ ଲୋକନାଥନଗର ବାସିନ୍ଦା ପୌର ପରିଷଦ ନିର୍ବାହୀ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ଭେଟିଥିଲେ ମଧ୍ୟ ସ୍ଥାୟୀ ସମାଧାନ ହୋଇ ପାରୁନାହିଁ। ବର୍ଷା ଆରମ୍ଭ ହୋଇଯାଇଥିବାରୁ ଲୋକମାନେ କିପରି ଚଳିବେ ସେହି ଚିନ୍ତାରେ ଅଛନ୍ତି। ପାଣି ଜମି ରହୁଥିବାରୁ ସନ୍ଧ୍ୟାରେ ମଶାଙ୍କ ପ୍ରାଦୁର୍ଭାବ ଦେଖିବାକୁ ମିଳୁଛି। ସେହିପରି ବିଭିନ୍ନ ସମୟରେ ବାଇକ୍‌ରେ ଯାଉଥିବା ଆରୋହୀମାନେ ମଧ୍ୟ ଦୁର୍ଘଟଣାର ଶିକାର ହେଉଛନ୍ତି। ଏ ସମ୍ପର୍କରେ ନୟାଗଡ଼ ପୌର ପରିଷଦ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା କହନ୍ତି, ଡ୍ରେନ ନିର୍ମାଣ କରିବା ପାଇଁ କୌଣସି ସରକାରୀ ଜାଗା ନାହିଁ। ଲୋକମାନେ ମଧ୍ୟ ସେମାନଙ୍କ ଜାଗା ଛାଡ଼ୁନାହାନ୍ତି। ଫଳରେ ଏଭଳି ଅସୁବିଧା ଦେଖାଦେଇଛି। ଆଗାମୀ ଦିନରେ ଏହାର ସମାଧାନ ପାଇଁ ଏକ ଅସ୍ଥାୟୀ ଡ୍ରେନ ନିର୍ମାଣ କରାଯିବ ବୋଲି ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri