Posted inଖେଳ

ମ୍ୟାକ୍ସଓ୍ବେଲ, ମାର୍ଶ ଅଷ୍ଟ୍ରେଲିଆ ଦଳକୁ ଫେରିଲେ

ମେଲବୋର୍ନ, ୪।୨ (ଏପି)- ଅଲ୍‌ରାଉଣ୍ଡର ମିଚେଲ ମାର୍ଶ ଓ ଗ୍ଲେନ ମ୍ୟାକ୍ସଓ୍ବେଲ ଦକ୍ଷିଣ ଆଫ୍ରିକା ବିପକ୍ଷ ସୀମିତ ଓଭର ସିରିଜ ଲାଗି ଅଷ୍ଟ୍ରେଲିଆ ଦଳକୁ ଫେରିଛନ୍ତି। ମାର୍ଶ ଶେଷଥର ପାଇଁ ସେପ୍ଟେମ୍ବରରେ ଆଶେସ୍‌ ସିରିଜ ଖେଳିଥିଲେ, ଯାହା ତାଙ୍କର ଜାତୀୟ ଦଳ ପକ୍ଷରୁ ଅନ୍ତିମ ମ୍ୟାଚ୍‌ ଥିଲା। ସେହିଭଳି ୨୦୧୮ ଜାନୁୟାରୀ ଓ ଅକ୍ଟୋବରେ ଯଥାକ୍ରମେ ସେ ତାଙ୍କର ଅନ୍ତିମ ଦିନିକିଆ ଓ ଟି୨୦ ମ୍ୟାଚ୍‌ ଖେଳିଥିଲେ। ଅପରପକ୍ଷରେ ମାକ୍ସଓ୍ବେଲ ମାନସିକ ସ୍ବାସ୍ଥ୍ୟଜନିତ କାରଣ ଲାଗି ଗତ ଅକ୍ଟୋବରେ ନିଜଆଡ଼ୁ କ୍ରିକେଟ୍‌ରୁ ସାମୟିକ ବିରତି ନେଇଥିଲେ। ତେବେ ମଙ୍ଗଳବାର ବିଗ୍‌ ବାସ୍‌ ଲିଗ୍‌ ଡୋମେଷ୍ଟିକ ପ୍ଲେୟାର ଅଫ୍‌ ଦି ଇୟର ପୁରସ୍କାର ଜିତିଥିବା ମାର୍କସ ଷ୍ଟୋଇନିସଙ୍କୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଉଭୟ ଦିନିକିଆ ଓ ଟି୨୦ ଦଳରେ ସ୍ଥାନ ମିଳିନାହିଁ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ମ୍ୟାଚ୍‌ ଫେବୃୟାରୀ ୨୧, ୨୩ ଓ ୨୬ରେ ଖେଳାଯିବ। ସେହିଭଳି ଫେବୃୟାରୀ ୨୯, ମାର୍ଚ୍ଚ ୪ ଓ ୭ରେ ଯଥାକ୍ରମେ ୩ଟି ଯାକ ଦିନିକିଆ ମ୍ୟାଚ୍‌ ଅନୁଷ୍ଠିତ ହେବ।
ଅଷ୍ଟ୍ରେଲିଆ ଦିନିକିଆ ଦଳ: ଆରୋନ୍‌ ଫିଞ୍ଚ୍‌ (ଅଧିନାୟକ), ଆଲେକ୍ସ କେରୀ, ପ୍ୟାଟ୍‌ କୁମିନ୍ସ, ଆଷ୍ଟନ ଅଗର, ଜୋଶ୍‌ ହାଜେଲଉଡ୍‌, ମାର୍ନସ ଲାବୁସେନ, ମିଚେଲ ମାର୍ଶ, ଗ୍ଲେନ ମ୍ୟାକ୍ସଓ୍ବେଲ, କେନ୍‌ ରିଚାର୍ଡଶନ, ଷ୍ଟିଭ୍‌ ସ୍ମିଥ୍‌, ମିଚେଲ ଷ୍ଟାର୍କ, ମାଥ୍ୟୁ ଓ୍ବାଡେ, ଡେଭିଡ୍‌ ଓ୍ବାର୍ନର ଓ ଆଡାମ ଜାମ୍ପା।
ଅଷ୍ଟ୍ରେଲିଆ ଟି୨୦ ଦଳ: ଆରୋନ୍‌ ଫିଞ୍ଚ୍‌ (ଅଧିନାୟକ), ଆଲେକ୍ସ କେରୀ, ପ୍ୟାଟ୍‌ କୁମିନ୍ସ, ସିନ୍‌ ଆବଟ୍ଟ, ଆଷ୍ଟନ ଅଗର, ମିଚେଲ ମାର୍ଶ, ଗ୍ଲେନ ମ୍ୟାକ୍ସଓ୍ବେଲ, ଝେ ରିଚାର୍ଡଶନ, କେନ୍‌ ରିଚାର୍ଡଶନ, ଷ୍ଟିଭ୍‌ ସ୍ମିଥ, ମିଚେଲ ଷ୍ଟାର୍କ, ମାଥ୍ୟୁ ଓ୍ବାଡେ, ଡେଭିଡ୍‌ ଓ୍ବାର୍ନର ଓ ଆଡାମ ଜାମ୍ପା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri