Posted inଖେଳ

ମ୍ୟାକ୍‌ଗ୍ରାଥଙ୍କ ଡ୍ରିମ୍‌ ହ୍ୟାଟ୍ରିକ୍‌ ଲାଇନ୍‌ଅପ୍‌ରେ ଲାରା, ସଚିନ, ଡ୍ରାଭିଡ

ନୂଆଦିଲ୍ଲୀ, ୧୭ା୪: ନିଜ ସମୟରେ ଯେ କୌଣସି ପରିବେଶ ଓ ପଡ଼ିଆରେ ବ୍ୟାଟ୍ସମ୍ୟାନଙ୍କ ମନରେ ଭୀତି ସଞ୍ଚାର କରି ପାରୁଥିବା ସ୍ପିଡ୍‌ଷ୍ଟର ହେଲେ ଅଷ୍ଟ୍ରେଲିଆର ଗ୍ଲେନ ମ୍ୟାକଗ୍ରାଥ। ବ୍ୟକ୍ତିଗତ ପ୍ରଦର୍ଶନ ମାଧ୍ୟମରେ ଅଷ୍ଟ୍ରେଲିଆକୁ ଅନେକ ସଫଳତାର ସ୍ବାଦ ଚଖାଇଛନ୍ତି ଏହି କିମ୍ବଦନ୍ତୀ ବୋଲର । ତାଙ୍କ ବୋଲିଂକୁ ଖେଳିବା ବ୍ୟାଟ୍ସମ୍ୟାନଙ୍କ ପାଇଁ ସହଜ ହୋଇ ନ ଥାଏ। ସେଥିପାଇଁ ସେ ନିଜ ସମୟର ସବୁଠାରୁ ଦ୍ରୁତ ବୋଲରର ମାନ୍ୟତା ପାଇଥିଲେ। ଲାଇନ୍‌ ଓ ଲେନ୍ଥ୍‌ ସହ ସେ ଦୀର୍ଘଦିନଧରି ପ୍ରଦର୍ଶନରେ ସ୍ଥିରତା ରଖି ପାରିଥିଲେ। ବିଶ୍ୱରେ ତାଙ୍କ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ କରିଥିବା ବ୍ୟାଟ୍ସମ୍ୟାନଙ୍କ ସଂଖ୍ୟା ବହୁତ କମ୍‌। କ୍ୟାରିୟରରେ ଅନେକ ଥର ହ୍ୟାଟ୍ରିକ ଅର୍ଜନ କରିଥିବା ମ୍ୟାକଗ୍ରା ନିଜ ମନକଥା ପ୍ରକାଶ କରିଛନ୍ତି। ବିଶ୍ୱର କେଉଁ ୩ ଜଣ ବ୍ୟାଟ୍ସମ୍ୟାନଙ୍କୁ ଆଉଟ କରି ହ୍ୟାଟ୍ରିକ ଅର୍ଜନ କଲେ ତାଙ୍କୁ ମାନସିକ ଶାନ୍ତି ମିଳିିବ ବୋଲି ପ୍ରଶ୍ନର ଉତ୍ତରରେ ସେ ୩ ଜଣଙ୍କ ନାମ ନେଇଛନ୍ତି। ତାଙ୍କ ସ୍ବପ୍ନର ହ୍ୟାଟ୍ରିକ ଲାଇନ୍‌ଅପ୍‌ରେ ସେ ବ୍ରାଏନ ଲାରା, ସଚିନ ତେନ୍ଦୁଲକର ଓ ରାହୁଲ ଡ୍ରାଭିଡଙ୍କ ନାମ ନେଇଛନ୍ତି। ମ୍ୟାକଗ୍ରାଙ୍କ ମତରେ ବ୍ୟାଟ୍ସମ୍ୟାନଙ୍କ ଅପେକ୍ଷା ବୋଲରମାନେ ଅଧିକ ପରିଶ୍ରମ କରିଥାନ୍ତି ।
କିଛିଦିନ ତଳେ ମ୍ୟାକଗ୍ରା-ତେନ୍ଦୁଲକର ଓ ସୋଏବ ଅଖତର-ତେନ୍ଦୁଲକରଙ୍କ ମଧ୍ୟରେ ଲଢ଼େଇର ଭିନ୍ନତା ଦର୍ଶାଇଥିଲେ ପୂର୍ବତନ ଅଷ୍ଟ୍ରେଲୀୟ ସ୍ପିନର ବ୍ରାଡ୍‌ ହଗ୍‌। ଟୁଇଟରରେ ଜଣେ ପ୍ରଶଂସକଙ୍କ ପ୍ରଶ୍ନର ଉତ୍ତରରେ ହଗ୍‌ କହିଥିଲେ ଯେ, ସଚିନଙ୍କ ବିପକ୍ଷରେ ମ୍ୟାକଗ୍ରା ଧୈର୍ଯପୂର୍ଣ୍ଣଭାବେ ବିଜୟ ଚାହିଁଥାନ୍ତି । ତାଙ୍କର ଏପରି କୌଶଳ ଦୀର୍ଘଦିନ ପଯର୍‌ୟନ୍ତ ଚାଲିଥିଲା। ଅନ୍ୟପକ୍ଷରେ ସଚିନଙ୍କ ବିପକ୍ଷରେ ଅଖତରଙ୍କ ଲଢ଼େଇ ଭିନ୍ନ ଥିଲା। ଅଖତର ନିଜ ପେସ୍‌ ମାଧ୍ୟମରେ ସଚିନଙ୍କୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରିଥାନ୍ତି। ଏହା ସେତେବେଳେ ଭାରତ-ପାକିସ୍ତାନ ଲଢ଼େଇକୁ ଅଧିକ ରୋମାଞ୍ଚକ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri