Posted inଖେଳ

ମ୍ୟାଚ୍‌ ପରେ କୋହଲିଙ୍କୁ ଆଶୀର୍ବାଦ ଦେଉଥିବା ଏହି ମହିଳା ଜଣଙ୍କ କିଏ ଜାଣନ୍ତୁ

ବର୍ମିଂହାମ,୩।୭: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପରେ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ଏଜବାଷ୍ଟନ ଗ୍ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ରୋମାଞ୍ଚକ ମ୍ୟାଚ୍‌ ଭାରତ ୨୮ ରନରେ ବାଂଲାଦେଶକୁ ହରାଇ ଏହି ସଫଳତା ପାଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଜଣେ ବଡ ପ୍ରଶଂସକ ଷ୍ଟାଡିୟମରେ ଉପସ୍ଥିତ ରହି ଦଳକୁ ଚିୟର କରୁଥିବା ଲକ୍ଷ୍ୟ କରାଯାଇଥିଲା। ଭାରତ ଜିତିବା ପରେ ତାଙ୍କୁ ଭେଟିଥିଲେ ଅଧିନାୟକ ବିରାଟ କୋହଲି ଏବଂ ହିଟ୍‌ ମ୍ୟାନ୍‌ ରୋହିତ ଶର୍ମା। ମହିଳା ଜଣଙ୍କ କୋହଲିଙ୍କୁ କୋଳାଗ୍ରତ କରିବା ସହ ତାଙ୍କୁ ବିଜୟ ପାଇଁ ଆଶୀର୍ବାଦ ମଧ୍ୟ ଦେଇଥିଲେ। ସମ୍ପୃକ୍ତ ମହିଳା ଜଣଙ୍କ ହେଉଛନ୍ତି ୮୭ବର୍ଷୀୟା ଚାରୁଲତା ପଟେଲ। ତାଙ୍କ ମାତାପିତା ଭାରତୀୟ ଥିଲେ। ସେ କିନ୍ତୁ ତାଞ୍ଜାନିଆ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଦୁଇ ପୁଅ ଇଂଲଣ୍ଡରେ ସରେ ପକ୍ଷରୁ କାଉଣ୍ଟି କ୍ରିକେଟ ଖେଳୁଥିବାରୁ ସେ କ୍ରିକେଟ ପସନ୍ଦ କରନ୍ତି ବୋଲି ଚାରୁଲତା କହିଛନ୍ତି। ଭାରତ ଏଥର ବିଶ୍ୱକପ୍‌ ଜିତିବ, ଏଥିପାଇଁ ମୁଁ ଭଗବାନ ଗଣେଶଙ୍କୁ ପ୍ରାର୍ଥନା କରୁଛି ବୋଲି ସେ କହିଛନ୍ତି। ୧୯୮୩ରେ ଭାରତ ବିଶ୍ୱକପ୍‌ ଜିତିବାବେଳେ ମୁଁ ଇଂଲଣ୍ଡରେ ରହୁଥିଲି। ଚାକିରି କଲା ସମୟରେ ଭାରତୀୟ ମ୍ୟାଚ୍‌ ସବୁ ଟିଭିରେ ଦେଖେ। ଏବେ ସମୟ ମିଳିଲେ ଷ୍ଟାଡିୟମରେ ଆସି ଦେଖୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri