Posted inଖେଳ

ମ୍ୟାଚ୍‌ ଫିକ୍ସିଂ ମାମଲା: ବୁକି ସଞ୍ଜୀବ ଚାଓ୍ବଲାଙ୍କୁ ଜାମିନ ମିଳିଲା

ନୂଆଦିଲ୍ଲୀ,୨।୫ (ପି.ଟି.): ଦକ୍ଷିଣ ଆଫ୍ରିକା ପୂର୍ବତନ ଅଧିନାୟକ ହାନ୍ସି କ୍ରୋନିଏ ସାମିଲ ଥିବା ବହୁ ଚର୍ଚ୍ଚିତ ମ୍ୟାଚ୍‌ ଫିକ୍ସିଂ ମାମଲାରେ ବୁକି ସଞ୍ଜୀବ ଚାଓ୍ବଲାଙ୍କୁ ଜାମିନ ମିଳିଛି। ଦିଲ୍ଲୀର ଏକ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛି। ୨ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ସ୍ବତନ୍ତ୍ର ବିଚାରପତି ଆଶୁତୋଷ କୁମାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଅଭିଯୁକ୍ତ ସଞ୍ଜୀବ ଗତ ୭୬ ଦିନ ହେବ ପୋଲିସ ହେପାଜତ୍‌ରେ ଥିଲେ। ଏ ନେଇ ତଦନ୍ତ ଶେଷ ହୋଇଥିବାରୁ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି ବୋଲି ବିଚାରପତି କହିଛନ୍ତି। ତେବେ ଏହି ମାମଲାରେ ତଦନ୍ତକାରୀ ଅଧିକାରୀଙ୍କୁ ସ୍ବର ଓ ହାତଲେଖା ନମୁନା ପ୍ରଦାନରେ ସହଯୋଗ କରିବାକୁ କୋର୍ଟ ଚାଓ୍ବାଲଙ୍କୁ ନିର୍ଦ୍ଦେଶ ଦେଇଛି।
ଉଲ୍ଲେଖଥାଉ କି, ୫ଟି ମ୍ୟାଚ୍‌ରେ ଫିକ୍ସିଂ କରାଯାଇଥିବା ମାମଲାରେ ଚାଓ୍ବଲାଙ୍କୁ ଲଣ୍ଡନରୁ ପ୍ରତ୍ୟାର୍ପଣ କରାଯାଇ ଭାରତକୁ ଅଣାଯାଇଥିଲା। ୨୦୦୨ରେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କ୍ରୋନିଏ ଏହି ମାମଲାରେ ସମ୍ପୃକ୍ତ ଥିଲେ ବୋଲି ପୋଲିସ ନ୍ୟାୟାଳୟଙ୍କୁ ଅବଗତ କରାଇଛି। ୨୦୦୦ ଫେବୃୟାରୀ- ମାର୍ଚ୍ଚରେ ଭାରତ ଗସ୍ତରେ ଦକ୍ଷିଣ ଆଫ୍ରିକା ଆସିଥିଲା। ଚାଓ୍ବଲା ଓ କ୍ରୋନିଏ ମିଳିତ ଭାବେ ମ୍ୟାଚ୍‌ ଫିକ୍ସିଂ କରିବାକୁ ଷଡଯନ୍ତ୍ର କରିଥିଲେ। ଦିଲ୍ଲୀ ଜନ୍ମିତ ବ୍ୟବସାୟୀ ଚାଓ୍ବଲା ବିଜନେସ ଭିଜା ମାଧ୍ୟମରେ ୧୯୯୬ରେ ଇଂଲଣ୍ଡ ଗସ୍ତକରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

୧୬ ବର୍ଷ ବୟସରେ ବିବାହ, ଶାଶୁଘରେ ଘରୋଇ ହିଂସାର ଶିକାର…ପୁଅଙ୍କ ମୃତ୍ୟୁ-ଝିଅଙ୍କ ଆତ୍ମହତ୍ୟା; ବେଶ ସଂଘର୍ଷମୟ ଥିଲା ଆଶାଙ୍କ ଜୀବନ

ମୁମ୍ବାଇ:ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri