Posted inଖେଳ

ମ୍ୟାଚ୍‌ ଫିକ୍ସିଂ ସୁରାକ ପାଇଲା ବିସିସିଆଇ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁଣି ମ୍ୟାଚ୍‌ ଫିକ୍ସିଂ ସୁରାକ ପାଇଛି। ତାମିଲନାଡୁ ପ୍ରିମିୟର ଲିଗ୍‌ (ଟିଏନ୍‌ପିଏଲ)ରେ ମ୍ୟାଚ୍‌ ଫିକ୍ସିଂ ହୋଇଥିବାର କିଛି ଖେଳାଳି ଅଭିଯୋଗ କରିବା ପରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ବିସିସିଆଇର ଆଣ୍ଟି କରପଶନ ୟୁନିଟ (ଏସିୟୁ) ମୁଖ୍ୟ ଅଜିତ ସିଂ ସୋମବାର ସ୍ପଷ୍ଟ କରିଛନ୍ତି। ମିଳିଥିବା ରିପୋର୍ଟ ଅନୁଯାୟୀ, ଏକ ଅଜଣା ଲୋକ ଲିଗ୍‌ ବେଳେ କିଛି ଖେଳାଳିଙ୍କୁ ମ୍ୟାଚ୍‌ ଫିକ୍ସିଂ ପ୍ରସ୍ତାବ ଦେଇଥିଲେ। ଏହାପରେ ଖେଳାଳିମାନେ ଏସିୟୁ ନିକଟରେ ଏ ନେଇ ଅଭିଯୋଗ କରିଛନ୍ତି। କିଛି ଖେଳାଳିଙ୍କ ମତକୁ ଭିତ୍ତି କରି ଆମେ ତଦନ୍ତ ନିର୍ଦ୍ଦେଶ ଦେଇଛୁ। ସେମାନେ କେତେବେଳେ ଜଣେ ଅଜଣା ଲୋକଠାରୁ କ’ଣ ହ୍ବାଟସଆପ ମେସେଜ ପାଇଥିଲେ, ତାହା ଆମେ ରେକର୍ଡ କରିଛୁ। ଏଥିରେ କେହି ବି ଜଡ଼ିତ ହୋଇପାରନ୍ତି। ତେବେ କିଛି ପ୍ରଥମଶ୍ରେଣୀ କ୍ରିକେଟର ଓ ଦୁଇ ଜଣ କୋଚ୍‌ଙ୍କ ଉପରେ ସନ୍ଦେହ ରହିଛି। ହେଲେ କୌଣସି ଅନ୍ତର୍ଜାତୀୟ ଖେଳାଳି ନାହାନ୍ତି। ଟିଏନ୍‌ପିଏଲ ତାମିଲନାଡୁର ଏକ ବାର୍ଷିକ ଇଭେଣ୍ଟ, ଯେଉଁଥିରେ ରବିଚନ୍ଦ୍ରନ ଅଶ୍ୱିନ, ମୁରଲୀ ବିଜୟ ଓ ଦୀନେଶ କାର୍ତ୍ତିକଙ୍କ ଭଳି ଅନ୍ତର୍ଜାତୀୟ ଖେଳାଳି ଅଂଶଗ୍ରହଣ କରନ୍ତି। ଚେନ୍ନାଇର ଚେପକ ଗ୍ରାଉଣ୍ଡରେ ପ୍ରାୟତଃ ମ୍ୟାଚ୍‌ ଖେଳାଯାଏ। ଏହି ଟୁର୍ନାମେଣ୍ଟକୁ ପୂର୍ବତନ ଭାରତୀୟ ଅଧିନାୟକ ତଥା ଚେନ୍ନାଇ ସୁପରକିଙ୍ଗ୍ସ କ୍ୟାପଟେନ ମହେନ୍ଦ୍ର ସିଂ ଧୋନୀ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri