Posted inଜାତୀୟ

ମ୍ୟାଜିକ୍‌ ନମ୍ବର ପାଇଁ ଛିଡୁନି ଅଙ୍କକଷା: ମହାରାଷ୍ଟ୍ରରେ ସଙ୍କଟମୋଚନ ସାଜିବ କିଏ ?

ମୁମ୍ବାଇ,୩।୧୧: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ସରକାର ଗଠନ ପାଇଁ ଭାଜପା-ଶିବସେନା ମଧ୍ୟରେ ଅଙ୍କକଷା ଛିଡୁ ନ ଥିବାରୁ କଂଗ୍ରେସ, ଏନସିପି ସହିତ ଅନ୍ୟ ଛୋଟ ଛୋଟ ଦଳ କିଙ୍ଗ୍‌ମେକର ହେବାକୁ ଅପେକ୍ଷା କରିଛନ୍ତି। ଏପରିସ୍ଥଳେ ସଙ୍କଟମୋଚନ କିଏ ସାଜିବ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶିବସେନା ମୁଖପତ୍ର ସାମନାରେ କାର୍ଯ୍ୟକାରୀ ସମ୍ପାଦକ ସଞ୍ଜୟ ରାଉତଙ୍କର ଏକ ଲେଖା ରବିବାର ପ୍ରକାଶ ପାଇଛି। ଏଥିରେ ସେ ଭାଜପାକୁ ଟାର୍ଗେଟ୍‌ କରିବା ସହିତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଭୂମିକାକୁ ସମାଲୋଚନା କରିଛନ୍ତି। ଭାଜପା ରଥ କାଦୁଅରେ ଅଟକି ରହିଥିବାବେଳେ ସଙ୍କଟମୋଚନ ଶାହଙ୍କ ଦେଖା ନାହିଁ ବୋଲି ସଞ୍ଜୟ କହିଛନ୍ତି। ମହାରାଷ୍ଟ୍ର ବିଧାନସଭା ଆସନ ସଂଖ୍ୟା ୨୮୮ ମଧ୍ୟରୁ ସରକାର ଗଠନ ପାଇଁ ୧୪୫ ଜଣ ବିଧାୟକଙ୍କ ସମର୍ଥନର ଆବଶ୍ୟକତା ରହିଛି। ତେବେ ଭାଜପା ପାଖରେ ୧୦୫ ବିଧାୟକ ଥିବାବେଳେ ଶିବସେନା ପାଖରେ ୫୬, ଏନ୍‌ସିପି ୫୪ ଏବଂ କଂଗ୍ରେସ ପାଖରେ ୪୪ ବିଧାୟକ ରହିଛନ୍ତି। ଅବଶିଷ୍ଟ ଆସନରେ ଛୋଟ ଛୋଟ ଦଳର ବିଧାୟକ ବିଜୟ ଲାଭ କରିଛନ୍ତି। ତେବେ ଏକୁଟିଆ ଭାଜପା ଅବା ଶିବସେନା ମ୍ୟାଜିକ୍‌ ନମ୍ବର ହାସଲ କରିବାକୁ ସକ୍ଷମ ହେବ ନାହିଁ। ଏନ୍‌ସିପି, କଂଗ୍ରେସ ସହିତ ଅନ୍ୟ ଛୋଟ ଛୋଟ ଦଳଙ୍କ ସମର୍ଥନ ପାଇଲେ ଶିବସେନା ୧୭୦ ଆସନ ହାସଲ କରି ପାରିବ ବୋଲି ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?