ମ୍ୟାନ୍‌ମାର ଆଡ଼େ ମୁହାଁଇବ ଝଡ଼, ଓଡ଼ିଶାକୁ ବିପଦ ନାହିଁ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୩୦ ତାରିଖରେ ଏକ ଲଘୁଚାପ ସଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮ ଘଣ୍ଟା ପରେ ଅବପାତ ରୂପ ନେବ। ପରେ ଏହି ଝଡ ଉତ୍ତର-ଉତ୍ତର -ପଶ୍ଚିମ ଦିଗ ଦେଇ ମେ ୩ରେ ମ୍ୟାନ୍‌ମାର ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ଓଡିଶା ଉପରେ ଏହାର କୌଣସି ପ୍ରଭାବ ପଡିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ତେବେ ଏହାର ପ୍ରଭାବରେ ରାଜ୍ୟରେ ତାତି ବୃଦ୍ଧି ପାଇବ। ଆସନ୍ତା ୨୯ରୁ ମେ ୫ ଯାଏ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ପାରଦ ୪୩ ଡିଗ୍ରୀ ସେଲସିୟସ୍‌ ଯାଏ ଉଠିଯିବାର ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଦେବଗଡ, ଅନୁଗୋଳ, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, କନ୍ଧମାଳ ଏବଂ ଖୋର୍ଦ୍ଧା ଜିଲାରେ ଘଡଘଡି ସହ ବର୍ଷା ଏବଂ ଝଡତୋଫାନ ହେବାର ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାଛଡା ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ, ଭଦ୍ରକ, ଯାଜପୁର, କଟକ ଏବଂ କନ୍ଧମାଳ ଜିଲାର ଅଳ୍ପ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ଗତ ୪୮ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ୭ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଝାରସୁଗଡା ୬, ରାୟଗଡା ୪, ସମ୍ବଲପୁର ୪, କେନ୍ଦ୍ରାପଡାରେ ସର୍ବାଧିକ ୩ ମି.ମି.ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ OUSSSCକୁ ଚିଠି। ୪୨୧୯ ସିଭିଲ କନେଷ୍ଟବଳ ପଦବୀ , ୨୨୧୨…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ! ଧର୍ମଘଟ ଘୋଷଣା କଲେ…

ନୂଆଦିଲ୍ଲୀ, ୨୭।୫: ଜୁନ ୧ ତାରିଖରେ ମିଳିବନି ପେଟ୍ରୋଲ-ଡିଜେଲ । ରାଜସ୍ଥାନର ପେଟ୍ରୋଲ ପମ୍ପ ଅପରେଟରମାନେ ଜୁନ ୧ ତାରିଖରେ ରାଜ୍ୟବ୍ୟାପୀ ଧର୍ମଘଟ ଘୋଷଣା କରିଛନ୍ତି। ପେଟ୍ରୋଲିୟମ…

ଇରାନ-ଆମେରିକା ଯୁଦ୍ଧ ସମ୍ପର୍କରେ ପୁଣିଥରେ ଆସିଲା ଅଶୁଭ ସଙ୍କେତ: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ, ୨୭।୫: ବିଶ୍ୱ ପୁଣିଥରେ ଏପରି ଏକ ସନ୍ଧିରେ ପଡ଼ିଥିବା ପରି ମନେ ହେଉଛି ଯେଉଁଠାରେ ଏକ ଛୋଟ ଚିଙ୍ଗାରି ମଧ୍ୟ ସମଗ୍ର ମଧ୍ୟପ୍ରାଚ୍ୟକୁ ଜଳାଇ ପାରେ।…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri