ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ

ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଏହି ରୋଗ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଏପ୍ରିଲ୍‌ ୨୫କୁ ବିଶ୍ୱ ମ୍ୟାଲେରିଆ ଦିବସ ଭାବେ ପାଳନ କରାଯାଇଥାଏ। ୨୦୧୨ରେ ଏହି ରୋଗରେ ୬ ଲକ୍ଷ ୨୭ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ଆଫ୍ରିକାର ଅଧିକ ଶିଶୁ ରହିଥିଲେ। ଏହା ଦ୍ୱାରା ଲାଟିନ୍‌ ଆମେରିକା, ମଧ୍ୟପ୍ରାଚ୍ୟ ଏବଂ ୟୁରୋପର ଅଧିକାଂଶ ଲୋକ ଆକ୍ରାନ୍ତ ହୋଇଥାନ୍ତି। ଏହି ରୋଗରେ ଆକ୍ରାନ୍ତ ହୋଇଥିଲେ। ୨୦୧୫ରେ ୪ ଲକ୍ଷ ୨୯ ହଜାର ଲୋକଙ୍କ ମୃତ୍ୟୁ ଏହି ରୋଗରେ ହୋଇଥିଲା। ଏହା ସହିତ ଏହି ବର୍ଷ ନୂଆ କରି ୨ଶହ ୧୨ ନିୟୁତ ଲୋକ ଏଥିରେ ଆକ୍ରାନ୍ତ ହୋଇଥିଲେ। ଏହାର ନିରାକରଣ ପାଇଁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସ୍ବତନ୍ତ୍ର ଉଦ୍ୟମ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri