ମ୍ୟାଲେରିଆ ପ୍ରବଣ ଜିଲାରେ ବଣ୍ଟନ ହେବ ୨୬ ଲକ୍ଷ ଔଷଧୀୟ ମଶାରି

ଭୁବନେଶ୍ୱର,୧୮ା୯(ବ୍ୟୁରୋ) : କେନ୍ଦ୍ର ସରକାର ଓଡ଼ିଶାକୁ ୨୬ଲକ୍ଷ ୫୪ହଜାର ଔଷଧୀୟ ମଶାରି ବଣ୍ଟନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏହାର ସୂଚାରୁରୂପେ କାର୍ଯ୍ୟକାରିତା ପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର ଷ୍ଟିଅରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ଅଧ୍ୟକ୍ଷତା କରି ଔଷଧୀୟ ମଶାରି ବଣ୍ଟନ କ୍ଷେତ୍ରରେ ମ୍ୟାଲେରିଆ ପ୍ରବଣ ଜିଲାଗୁଡ଼ିକୁ ଅଗ୍ରାଧିକାର ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ କେନ୍ଦ୍ରରୁ ମିଳିଥିବା ଔଷଧୀୟ ମଶାରି ଅତ୍ୟଧିକ ମ୍ୟାଲେରିଆ ପ୍ରବଣ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲାକୁ ପ୍ରଥମେ ଦିଆଯିବ। ଏହାପରେ ମ୍ୟାଲେରିଆ ନିୟନ୍ତ୍ରଣର ପୂର୍ବାବସ୍ଥାକୁ ଆସିଯାଇଥିବା ନୂଆପଡ଼ା, ମୟୂରଭଞ୍ଜ, ସୋନପୁର, ଅନୁଗୋଳ, ବରଗଡ଼ ଓ ଖୋର୍ଦ୍ଧା ଜିଲାକୁ ଏବଂ ପର୍ଯ୍ୟାୟକ୍ରମେ ନିୟନ୍ତ୍ରଣ ଅବସ୍ଥାକୁ ଆସିଯାଇଥିବା ଅବଶିଷ୍ଟ ୧୪ ଜିଲାକୁ ମଶାରି ବଣ୍ଟନରେ ସାମିଲ କରିବା ପାଇଁ ବୈଠକରେ ସ୍ଥିର ହୋଇଛି। ତେବେ ମଶାରି ବଣ୍ଟନ ଓ ଏହାର ଠିକ୍‌ ବ୍ୟବହାର ନେଇ ଲୋକଙ୍କ ମଧ୍ୟରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଚଳାଇବାକୁ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୧୭ରେ କେନ୍ଦ୍ର ସରକାର ରାଜ୍ୟକୁ ୧କୋଟି ୧୩ଲକ୍ଷ ଔଷଧୀୟ ମଶାରି ପ୍ରଦାନ କରିଥିଲେ। ଏହାକୁ ବିଭିନ୍ନ ମ୍ୟାଲେରିଆ ପ୍ରବଣ ଜିଲାରେ ବଣ୍ଟନ କରାଯାଇଥିଲା। ଫଳରେ ରାଜ୍ୟରେ ମ୍ୟାଲେରିଆକୁ ପ୍ରାୟ ୮୦ ପ୍ରତିଶତ ନିୟନ୍ତ୍ରଣ କରାଯାଇ ପାରିଥିଲା, ଯାହାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଧ୍ୟ ପ୍ରଶଂସା କରିଥିଲେ। ଏହି ମଶାରିର ଅବଧି ପ୍ରାୟ ୩ବର୍ଷ ଥିବାବେଳେ ଓଡ଼ିଶାକୁ ପୁର୍ନବାର ମଶାରି ଯୋଗାଇଦେବା ଲାଗି ରାଜ୍ୟ ସରକାର କେନ୍ଦ୍ରକୁ ଅନୁରୋଧ କରିଥିଲେ। ତଦନୁଯାୟୀ କେନ୍ଦ୍ର ସରକାର ୨୬ଲକ୍ଷ ୫୪ହଜାର ମଶାରି ଯୋଗାଇ ଦେଇଥିବାବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଆହୁରି ଅଧିକ ମଶାରି ମିଳିବାର ସମ୍ଭାବନା ରହିଛି। ଆସନ୍ତା ବର୍ଷ କେନ୍ଦ୍ର ସରକାର ରାଜ୍ୟକୁ ଆଉ ୧କୋଟି ୧୩ଲକ୍ଷ ମଶାରି ଯୋଗାଇଦେବାର ସୂଚନା ମିଳିଛି। ସେହି ମଶାରି ଆସିଲେ ୨୦୧୭ରେ ଯୋଗାଯାଇଥିବା ମଶାରିଗୁଡ଼ିକର ସ୍ଥାନ ନେବ ବୋଲି କର୍ତ୍ତୃପକ୍ଷ ସ୍ଥିର କରିଛନ୍ତି। ଏହା ବ୍ୟତୀତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ରୁ ମଶାରି ଖରିଦ କରିବା ପାଇଁ ସରକାର ସ୍ଥିର କରିବା ପରେ ଏ ନେଇ ଟେଣ୍ଡର ପ୍ରକ୍ରିୟା ଚୂଡ଼ାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?