ମ୍ୟୁଚୁଆଲ ଫଣ୍ଡ୍‌ରେ ସୁଧାର ଉଦ୍ୟମ: ଆର୍‌ବିଆଇ ପକ୍ଷରୁ ୫୦ ହଜାର କୋଟିର ସ୍ବତନ୍ତ୍ର ନଗଦ ଘୋଷଣା

ନୂଆଦିଲ୍ଲୀ,୨୭।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ୫୦ ହଜାର କୋଟି ଟଙ୍କାର ସ୍ବତନ୍ତ୍ର ନଗଦ ଘୋଷଣା କରାଯାଇଛି। ଏହାଦ୍ୱାରା ମ୍ୟୁଚୁଆଲ୍‌ ଫଣ୍ଡ୍‌ ଉପରେ ପଡୁଥିବା ଚାପ ହ୍ରାସ ପାଇବ ବୋଲି କୁହାଯାଉଛି। ଆର୍‌ବିଆଇର ଏହି ପ୍ରୟାସକୁ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ ସ୍ବାଗତ କରିଛନ୍ତି। ଏହା ଅନୁସାରେ ବିଭିନ୍ନ ବ୍ୟାଙ୍କ ଆର୍‌ବିଆଇର ରେପୋ ଓ୍ବିଣ୍ଡୋଠାରୁ ୯୦ ଦିନର ଫଣ୍ଡ୍‌ ନେଇ ପାରିବେ। ତେବେ ଏହାର ଉପଯୋଗ କେବଳ ମ୍ୟୁଚୁଆଲ୍‌ ଫଣ୍ଡ୍‌ରେ କରାଯାଇପାରିବ। ଏହି ଯୋଜନା ଏପ୍ରିଲ୍‌ ୨୭ଠାରୁ ମେ ୧୧ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆର୍‌ବିଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri