ମୟୂରଭଞ୍ଜରେ କୋଭିଡ଼ ହସ୍ପିିଟାଲ

ବାରିପଦା ଅଫିସ, ୧୫ା୪: କରୋନା ଆକ୍ରାନ୍ତଙ୍କ ପାଇଁ ମୟୂରଭଞ୍ଜ ଜିଲାରେ କୋଭିଡ଼ -୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ବାରିପଦାଠାରୁ ୭ କି.ମି ଦୂର ବାଙ୍କିଶୋଳଠାରେ ଥିବା ଆଦାନୀ କିସ୍‌ ଆବସିକ ବିଦ୍ୟାଳୟ କ୍ୟାମ୍ପସରେ ଏହା ବୁଧବାର କାର୍ଯ୍ୟକ୍ଷମ ହୋଇଛି। ଭୁବନେଶ୍ୱରଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାକୁ ଉଦ୍‌ଘାଟନ କରିଛନ୍ତି। ୨୦୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲରେ ୧୦ଟି ଆଇସିୟୁ ଓ ୧୦ଟି ଏଚଡ଼ିୟୁ ଶଯ୍ୟା ରହିଥିବା ଜିଲାପାଳ ବିନୀତ ଭରଦ୍ୱାଜ ସୂଚନା ଦେଇଛନ୍ତି। ଏଠାରେ ଓପିଡ଼ି ବ୍ୟବସ୍ଥା ଥିବା ବେଳେ ଜଣେ ବ୍ୟକ୍ତିଙ୍କ ମଧ୍ୟ ସ୍କ୍ରିନିଂ କରାଯାଇପାରିବ ବୋଲି ସୂଚନା ଦିଆଯାଇଛି। ଓଡ଼ିଶା ମାଇନିଂ କର୍ପୋରେଶନର ଆର୍ଥିକ ସହାୟତାରେ ହୋଇଥିବା ଏହି ହସ୍ପିଟାଲର ପରିଚାଳନା ଦାୟିତ୍ୱ ଭୁବନେଶ୍ୱରସ୍ଥିତ କିମସ୍‌କୁ ଦିଆଯାଇଛି। କରୋନା ସଂକ୍ରମିତଙ୍କୁ ଏଠାରେ ମାଗଣାରେ ସମସ୍ତ ପ୍ରକାର ଚିକିତ୍ସା କରାଯିବ ବୋଲି ସୂଚନା ମିଳିିଛି। ପ୍ରଥମ ପର୍ଯ୍ୟାୟରେ ୩ ଜଣ ଅଭିଜ୍ଞ ଡାକ୍ତରଙ୍କ ସହିତ ୫୦ରୁ ଊର୍ଦ୍ଧ୍ୱ ସ୍ବାସ୍ଥ୍ୟକର୍ମୀମାନଙ୍କୁ ନିୟୋଜିତ କରାଯାଇଛି। ଡାକ୍ତର ସୁଧୀର ଶତପଥୀ, ଡାକ୍ତର ମାନସ ପାଣ୍ଡେଙ୍କ ସମେତ ଜିଲାସ୍ତରୀୟ ଅନ୍ୟ ଅଧିକାରୀମାନେ ହସ୍ପିଟାଲ୍‌ କାର୍ଯ୍ୟକ୍ଷମ ବେଳେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ ଯେ, ଜିଲାରେ ବର୍ତ୍ତମାନ ସୁଦ୍ଧା ଗୋଟିଏ ବି ପଜିଟିଭି କେସ୍‌ ନ ଥିବା ବେଳେ ଏଥିପାଇଁ ଆଗୁଆ ପଦକ୍ଷେପ ନିଆଯାଇଥିବା ଜିଲାପାଳ ଭରଦ୍ୱାଜ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri