ମୟୂରଭଞ୍ଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ: କ୍ଷେତ୍ର ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା

ବାରିପଦା ଅଫିସ, ୯।୨-ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଶନିବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତ କରି ବିଭିନ୍ନ ସ୍ଥାନ ପରିଦର୍ଶନ ସହ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଯୋଜନା ଓ ମିଶନ ଶକ୍ତି ଯୋଜନାରେ ପରିଚାଳିତ ବାରିପଦା, ଶ୍ୟାମାଖୁଣ୍ଟା ବ୍ଲକ ଓ ବାରିପଦା ପୌରାଞ୍ଚଳରେ ଥିବା ଦେବେନ୍ଦ୍ରପୁରସ୍ଥିତ ଶିଶୁଯତ୍ନ କେନ୍ଦ୍ର, କାଳିକାପୁର ଠାକୁରାଣୀ ସାହି ଅଙ୍ଗନୱାଡି କେନ୍ଦ୍ର, ବାରିପଦା ପୌରାଞ୍ଚଳସ୍ଥିତ ୱାନ୍‌ଷ୍ଟପ କେନ୍ଦ୍ର ଏବଂ ଶ୍ୟାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ବନ୍ଧସାହି, ଟିକରପଡା (ତଳସାହି) ଅଙ୍ଗନୱାଡି କେନ୍ଦ୍ର, ଗୁହାଳଡିହି ଅଙ୍ଗନୱାଡି କେନ୍ଦ୍ର ଏବଂ ମିଶନ ଶକ୍ତିଯୋଜନାରେ ପ୍ରସ୍ତୁତ ପୋଡାଅସ୍ତିଆ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଛତୁଆ (ଟିଏଚ୍‌ଆର୍‌) ଖାଦ୍ୟ ପ୍ରସ୍ତୁତି ପ୍ରକ୍ରିୟା କେନ୍ଦ୍ର ଏବଂ ଶ୍ୟାମାଖୁଣ୍ଟା ବ୍ଲକର ଗୁହାଳଡିହି ଏସ୍‌ଏଚ୍‌ଜି ଦ୍ୱାରା ସବାଇ ପ୍ରସ୍ତୁତ ସାମଗ୍ରୀ କେନ୍ଦ୍ର ଆଦି ପରିଦର୍ଶନ କରିଥିଲେ।
ଅପରାହ୍ନରେ ବାରିପଦା ପ୍ରୟାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇ ସରକାରଙ୍କ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଯୋଜନା କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ। ସେ କହିଥିଲେ ଯେ, ମହିଳା ଓ ଶିଶୁମାନଙ୍କ କଲ୍ୟାଣ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ବିଶେଷ କରି ମିଶନ ଶକ୍ତି ଯୋଜନା କାର୍ଯ୍ୟକ୍ରମରେ ମହିଳାମାନଙ୍କ ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପ୍ରତି ସ୍ବତନ୍ତ୍ର ଗୁରୁତ୍ୱ ଦେଇଛନ୍ତି। ମହିଳା ଏସ୍‌ଏଚ୍‌ଜି ସଦସ୍ୟଙ୍କ ସାମାଜିକ ଅର୍ଥନୈତିକ ବିକାଶ ପାଇଁ ବିଭିନ୍ନ ଆୟଭିତ୍ତିକ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଧ୍ୟାନ ଦେଇ ରିହାତି ଋଣ ସହାୟତା ଯୋଗାଇ ଦେଇଥିଲେ। ସେମାନଙ୍କ ଦ୍ୱାରା ଉପତ୍ାଦିତ ବିଭିନ୍ନ ଉପକରଣଗୁଡିକର ବିକ୍ରୟ ବ୍ୟବସ୍ଥା ପାଇଁ ମେଳା ଆୟୋଜନ କରାଯିବା ପାଇଁ ସ୍ବତନ୍ତ୍ର ଧ୍ୟାନ ଦେଇ କାର୍ଯ୍ୟକ୍ରମ ତ୍ୱରାନିତ କରିବାକୁ ପରାମର୍ଶ ଦେଇଥିଲେ ା ଅନ୍ୟମାନଙ୍କ ମଧ୍ୟରେ ମୋରଡା ବିଧାୟକ ରାଜକିଶୋର ଦାସ ଓ ବାରିପଦା ବିଧାୟକ ପ୍ରକାଶ ସୋରେନ ପ୍ରମୁଖ ଯୋଗଦେଇ ସହରାଞ୍ଚଳରେ ଥିବା ଅଙ୍ଗନୱାଡି କେନ୍ଦ୍ରଗୁଡିକ ସୁପରିଚାଳନା ଦିଗରେ ଦୃଷ୍ଟି ଦେବା ଏବଂ ମିଶନ ଶକ୍ତି ଯୋଜନାରେ ଯେଉଁ ଏସ୍‌ଏଚ୍‌ଜି ବିଭିନ୍ନ ଆୟଭିତ୍ତିକ କାର୍ଯ୍ୟକ୍ରମ ପାଇଁ ରିହାତି ଋଣ ସୁବିଧା ପାଇନାହାନ୍ତି, ସେମାନଙ୍କୁ ଋଣ ଯୋଗାଇବା ସହ ବିଭିନ୍ନ ଧନ୍ଦାମୂଳକ କାର୍ଯ୍ୟକ୍ରମରେ ଜ୍ଞାନ ଦକ୍ଷତା କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କୁ ଜ୍ଞାନ ଦକ୍ଷତା ବୃଦ୍ଧି କରିବା ପାଇଁ କହିଥିଲେ। ଜିଲାପାଳ ବିନୀତ୍‌ ଭରଦ୍ୱାଜ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ଯୋଜନା କାର୍ଯ୍ୟକ୍ରମରେ ବିଶେଷ ଧ୍ୟାନଦେଇ ଜିଲାରେ କାର୍ଯ୍ୟକ୍ରମ ତ୍ୱରାନ୍ନିତ କରାଯାଉଥିବା କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପିଡି ଡିଆରଡିଏ ଚଞ୍ଚଳ ରଣା, ଜିଲା ସମାଜ କଲ୍ୟାଣ ଅଧିକାରୀ ଅନୁସୂୟା ସାହୁ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ। ସେହିଭଳି ଡିପିସି, ମିଶନ ଶକ୍ତି, ଜିଲାର ସମସ୍ତ ବ୍ଲକର ସିଡିପିଓ, ମହିଳା ସୁପରଭାଇଜର ଓ ସମ୍ପୃକ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri