ବାରିପଦା ଅଫିସ,୫।୯:ମୟୂରଭଞ୍ଜ ପର୍ଯ୍ୟଟନର ପ୍ରଚାର ପ୍ରସାର ନିମନ୍ତେ ଦୀର୍ଘ ବର୍ଷ ଧରି ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ ଜାରି ରଖିଥିବା ‘ମୟୂରଭଞ୍ଜ ମିରର ଟିମ୍’ ପକ୍ଷରୁ ୧୦୦୦ ଫୁଟର ଜଳପ୍ରପାତ ଠାବ କରାଯାଇଛି। ଏହି ଜଳପ୍ରପାତ ବାଙ୍ଗିରିପୋଷି ନିକଟସ୍ଥ କୁଣ୍ଡଳବଣି ଜଙ୍ଗଲ ମଧ୍ୟରେ ଅବସ୍ଥିତ। ସର୍ବଦା ଦୁଃସାହସିକ ଯାତ୍ରାରେ ନୂତନ ପର୍ଯ୍ୟଟନସ୍ଥଳୀକୁ ଲୋକଲୋଚନକୁ ଆଣୁଥିବା ମୟୂରଭଞ୍ଜ ମିରର ଟିମ୍ର ଏହି ନୂତନ ଆବିଷ୍କାର ନିମନ୍ତେ ଜିଲାର ବିଭିନ୍ନ ସଂଗଠନ ପକ୍ଷରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।
ପ୍ରକାଶ ଥାଉକି ’ମୟୂରଭଞ୍ଜ ମିରର ଟିମ୍’ ଦ୍ବାରା ଜିଲାରେ ବହୁ ନୂତନ ପର୍ଯ୍ୟଟନସ୍ଥଳୀ ଆବିଷ୍କାର କରାଯାଇଛି। ସେଥିରୁ ଅନେକ ନିକଟ ଅତୀତରେ ମୟୂରଭଞ୍ଜ ସର୍ବଭାରତୀୟସ୍ତରରେ ଶ୍ରେଷ୍ଠ ଅଫବିଟ ଡେଷ୍ଟିନେଶନର ମାନ୍ୟତା ଲାଭ କରିଥିଲା। ଏହି ନୂତନ ଜଳପ୍ରପାତଟି ‘ଘୋଡ଼ାଗାଧୁଆ’ ଜଳପ୍ରପାତ ନାମରେ ନାମିତ କରାଯାଇଛି। ଏହାର ଉଚ୍ଚତା ୧୦୦୦ ଫୁଟରୁ ଅଧିକ ହୋଇଥିବାର ଆକଳନ କରାଯାଇଛି। ଏହି ଦୁଃସାହସିକ ଯାତ୍ରାରେ ମୟୂରଭଞ୍ଜ ମିରର ଟିମର କୁମାରେଶ ନାୟକ, ଲୋକେଶ୍ବର ଭଞ୍ଜ, ରଞ୍ଜିତ ପଲେଇ, ଜୟ ପ୍ରକାଶ ସିଂହ, ଋଷିରାଜ ପଟ୍ଟନାୟକ ତଥା ନିକଟସ୍ଥ ଜଳଡିହା ଗ୍ରାମର ଜଗବନ୍ଧୁ ପାତ୍ର, ପ୍ରମୋଦ ପାତ୍ର, ସୁଶିଲ କୁମାର ମାର୍ଣ୍ଡି ପ୍ରମୁଖ ସାମିଲ ହୋଇଥିଲେ। ସରକାର ଏହାର ପାରିପାର୍ଶ୍ୱିକ ବିକାଶ ପ୍ରତି ଦୃଷ୍ଟି ଦେଲେ ଭବିଷ୍ୟତରେ ଏ ସ୍ଥାନଟି ଲୋକଲୋଚନକୁ ଆସିବା ସହିତ ଏକ ଅନନ୍ୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇବ ବୋଲି ଜଣାଯାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍
ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
Archives


