ମୟୂରଭଞ୍ଜ ମହୋତ୍ସବ ପାଇଁ କାର୍ନିଭାଲ ଶୋ’

ବାରିପଦା ଅଫିସ,୨୫।୧୧- ମୟୂରଭଞ୍ଜ ଜିଲାର କଳା ଓ ସଂସ୍କୃତି ନିଆରା। ଏହାର ଏକ ସ୍ବତନ୍ତ୍ର ପରିଚୟ ରହିଛି । ଏହିି କଳା ଓ ସଂସ୍କୃତିର ପ୍ରଚାର ପ୍ରସାର ଲାଗି ଅଭିନବ ପ୍ରୟାସ ଭାବେ ଆୟୋଜିତ ହେଉଥିବା ମୟୂରଭଞ୍ଜ ମହୋତ୍ସବ ଜନମାନସରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି। ଚତୁର୍ଥ ବର୍ଷରେ ପଦାର୍ପଣ କରିଥିବା ଏହି ମହୋତ୍ସବ ମଙ୍ଗଳବାରଠାରୁ ଐତିହାସିକ ଛଉ ପଡିଆରେ ଅନୁଷ୍ଠିତ ହେବ । ଏହି ଅବସରରେ ଜିଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା କଳାକାରଙ୍କୁ ନେଇ ସୋମବାର ଆୟୋଜିତ ହୋଇଥିଲା କାର୍ନିଭାଲ ଶୋ’। ଏଥିରେ ସାମିଲ କଳାକାରମାନେ ପାରମ୍ପରିକ ନୃତ୍ୟ ଗୀତର ତାଳେତାଳେ ସ୍ଥାନୀୟ ଜଗନ୍ନାଥ ମନ୍ଦିରଠାରୁ ବାହାରି ଛଉ ପଡିଆ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଆସିଥିଲେ । ସହରବାସୀ ଏଥିରେ ସାମିଲ ହୋଇ ଏହି ସାଂସ୍କୃତିକ ଶୋଭାଯାତ୍ରାରୁ ମଜା ଉଠାଇଥିଲେ।
ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜ,ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମଦାସ ଓ ସିନେ ତାରକା ସ୍ବରାଜ ବାରିକ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ମହୋତ୍ସବ ପାଳନ କମିଟିର ଚେୟାରମ୍ୟାନ ଉତ୍ତମ ମହାନ୍ତି, ସଭାପତି ଅସିତ ପତି ଓ ସାଧାରଣ ସମ୍ପାଦକ କଳିଙ୍ଗ କେଶରୀ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ମଙ୍ଗଳବାରଠାରୁ ଆରମ୍ଭ ହେଉଥିବା ମହୋତ୍ସବରେ ଓଡ଼ିଆ ସିନେ ତାରକା ବାବୁସାନ, ପପୁ ପମପମ, ସୁରାକ ବାରିକ, ସନମିରା, ଅନିମେଶ ଘୋଷ, ଗାୟକ ଅସୀମା ପଣ୍ଡା, ଦୀପ୍ତିରେଖା, ସ୍ବୟଂ ପାଢୀ ପ୍ରଖୁମ ବହୁ ନାମୀଦାମୀ କଳାକାର କଳା ପ୍ରଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ଓଡ଼ିଶା ସମେତ ଝାଡ଼ଖଣ୍ଡ, ବିହାର, ପଶ୍ଚିମବଙ୍ଗ ଓ ଆସାମରୁ ଆସିଥିବା ସାନ୍ତାଳୀ ସୁପରଷ୍ଟାର କଳ୍ପନା ହାଁସଦା, ମଧୁସ୍ମିତା ସୋରେନମୁର୍ମ, ମନ୍ତ୍ରୀ ହେମ୍ରମ, ଡୁଗର ଟୁଡୁ, ଲକ୍ଷ୍ମଣ ସୋରେନ ପ୍ରମୁଖ ଯୋଗ ଦେଇ ନୀଳ କଳା ପ୍ରତିଭା ପ୍ରଦର୍ଶନ କରିବେ। ଚଳିତ ବର୍ଷ ମୟୂରଭଞ୍ଜ ଜିଲାର କଳା ଓ ସଂସ୍କୃତି ସହ ଅନ୍ୟ ଜିଲାରୁ ଆସୁଥିବା କଳାକାରଙ୍କ ମଧ୍ୟରେ ଭାବ ବିନିମୟର ବ୍ୟବସ୍ଥା କରାଯାଇଛି । ଏହି ମହୋତ୍ସବରେ ଜିଲାର ପାରମ୍ପରିକ ଖାଦ୍ୟ ମୁଢି ମାଂସ ସହ ଅନ୍ୟ ଖାଦ୍ୟର ମଧ୍ୟ ମଜା ଉଠାଇ ପାରିବେ ଦର୍ଶକ । ପ୍ରତିଦିନ ସା ୫ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri