ମୟୂରଭଞ୍ଜ ସରକାରୀ ଠିକାଦାର ସଂଘର ବିକ୍ଷୋଭ

ବାରିପଦା ଅଫିସ,୨ା୧୧- ନିଖିଳ ଓଡ଼ିଶା ଠିକାଦାର ମହାସଂଘର ଆହ୍ବାନ କ୍ରମେ ମୟୂରଭଞ୍ଜ ସରକାରୀ ଠିକାଦାର ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି। ଶୁକ୍ରବାର ବାରିପଦାସ୍ଥିତ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ କରାଯାଇଛି। ୨୦୧୪ରେ ସ୍ଥିରିକୃତ ସିଡ଼୍ୟୁଲ ରେଟକୁ ୨୦୧୯ରେ ବର୍ଦ୍ଧିତ ମୂଲ୍ୟ ଭିତ୍ତିରେ ପୁନଃ ଆକଳନ କରାଯିବା, ଭାରତ ସରକାରଙ୍କ ଷ୍ଟାଣ୍ଡାର୍ଡ଼ ଡ଼ାଟା ବୁକର ତୁରନ୍ତ ପ୍ରଚଳନ କରାଯିବା, ଭାରତ ସରକାରଙ୍କ ଟେଣ୍ଡର ନିୟମାବଳୀକୁ ତୁରନ୍ତ କାର୍ଯ୍ୟକାରୀ କରାଯିବା, ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟରେ ପ୍ରଚଳିତ ୧୪.୯୯ ଲେସ ପ୍ରଥା ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାହାର କରାଯିବା, ଉଚ୍ଚ ନ୍ୟାୟାଳୟ ଦ୍ୱାରା ବର୍ଦ୍ଧିତ ମୂଲ୍ୟ ସମ୍ପର୍କିତ ନିର୍ଦ୍ଦେଶନାମା ଅନୁସାରେ ଠିକାଦାରମାନଙ୍କୁ ପ୍ରାପ୍ୟ ପ୍ରଦାନ କରାଯିବା, ଆଦି ୧୦ ଦଫା ଦାବି ପୂରଣ ନିମନ୍ତେ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଥିଲେ ା ମୟୂରଭଞ୍ଜ ସରକାରୀ ଠିକାଦାର ସଂଘ ବାରିପଦାର ଆବାହକ ଶିବ ପ୍ରସାଦ ମହାକୁଡ଼ଙ୍କ ଆବାହକତ୍ୱରେ ସଂଘର ଗଣମାଧ୍ୟମ ସଂଯୋଜକ ସତ୍ୟରଞ୍ଜନ ପଟ୍ଟନାୟକ, ସଭାପତି ପରେଶଚନ୍ଦ୍ର ମହାନ୍ତ, ସମ୍ପାଦକ ସନ୍ତୋଷ ଖଣ୍ଡେଲୱାଲ, ଉପସଭାପତି ତରୁଣ କୁମାର ମହାନ୍ତି, ବିନୋଦ ବେହେରା, ପ୍ରଦୀପ ପାତ୍ର, ସଞ୍ଜୟ ଅଗ୍ରୱାଲ, ବିଭାସ ବେହେରା, ଅଶୋକ ବେହେରା, ପୂର୍ଣ୍ଣଚନ୍ଦ୍ର ବାରିକ, ନାନ୍ଦଲାଲ ମିଶ୍ର, ଅମୂଲ୍ୟ କୁମାର ବେହେରା, ନନ୍ଦ କିଶୋର ବିନ୍ଧାଣି, ସନ୍ଦିପ ପତି, ତ୍ରିଲୋଚନ ଗିରି, ପ୍ରିୟବ୍ରତ ଦାସ, ଅମର ପଟ୍ଟନାୟକ, ରବୀନ୍ଦ୍ର ପାଢ଼ୀ, ରିତ ସାହୁ, ସ୍ବରୂପ ମହାପାତ୍ର, ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ, କୁମୁଦ ମିଶ୍ର, ସତ୍ୟେନ୍ଦୁ ପ୍ରସାଦ, ସୁଦାମ ଗିରି, ରାମେଶ୍ୱର ମିଶ୍ର, ସତ୍ୟବ୍ରତ ମହାନ୍ତି, ମନୋଜ ରାଉତ ଓ ସଜ୍ଜଲ ମୌଲିକ ପ୍ରମୁଖ ସଂଘର କର୍ମକର୍ତ୍ତାମାନେ ଏକତ୍ରିତ ହୋଇ ସେମାନଙ୍କ ଦାବି ପୂରଣ ନିମନ୍ତେ ବିଭିନ୍ନ ସ୍ଲୋଗାନମାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ା ଏହାପରେ ଠିକାଦାର ସଂଘ ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ନିର୍ବାହୀ ଯନ୍ତ୍ରୀ ପ୍ରଶାନ୍ତ କୁମାର ପଣ୍ଡାଙ୍କୁ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସାକ୍ଷାତ କରି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଏଥି ସହିତ ସେମାନଙ୍କର ଦାବି ଅବିଳମ୍ବେ ପୂରଣ କରାନଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ଅଧିକ ତୀବ୍ର କରାଯିବା ସହିତ ସମସ୍ତ ସରକାରୀ ଠିକା କାର୍ଯ୍ୟକୁ ବନ୍ଦ କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri