ମୟୂରଭଞ୍ଜ ସାହିତ୍ୟ ପରିଷଦର କବିତା ପାଠୋତ୍ସବ

ବାରିପଦା ଅଫିସ,୧୩ା୮- ମୟୂରଭଞ୍ଜ ସାହିତ୍ୟ ପରିଷଦ ତରଫରୁ ସମ୍ବିଧାନର ୩୭୦ ଧାରା ଉଚ୍ଛେଦ ବିଷୟ ସମ୍ପର୍କିତ ଏକ ମନୋଜ୍ଞ କବିତା ପାଠୋତ୍ସବ ମହର୍ଷି ପବ୍ଲ୍‌ିକ ସ୍କୁଲ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ପରିଷଦର ସଭାପତି ପଦ୍ମନାଭ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୟୂରଭଞ୍ଜ ସିଟିଜେନ ଫେରାମର ଆବାହକ ପୂର୍ଣ୍ଣଚନ୍ଦ୍ର ବୁଗୁଡେଇ ମୁଖ୍ୟଅତିଥି ଭାବେ ଯୋଗଦେଇ ଅଖଣ୍ଡ ଭାରତର ରୂପରେଖ ତଥା ଗାରିମାର କଥା ବଖାଣିଥିଲେ। ସମ୍ମାନିତ ଅତିଥି ଭାବେ ଆଇନଜୀବୀ କୃଷ୍ଣଚନ୍ଦ୍ର ଶତପଥୀ, କବି ବୃନ୍ଦାବନ ଦାଶ, ମୟୂରଭଞ୍ଜ ପୁସ୍ତକ ମେଳା କମିଟିର କୋଷାଧ୍ୟକ୍ଷ କୈବଲ୍ୟ ପ୍ରସାଦ ମହାପାତ୍ର ଏବଂ କବି ଶଙ୍କର ଜେନା ଯୋଗଦେଇ ସାଂପ୍ରତିକ ପରିସ୍ଥିତିରେ ଅଖଣ୍ଡ ଭାରତର କାର୍ଯ୍ୟକାରିତା ଉପରେ ଆଲୋଚନା କରିଥିଲେ। କବି ଶିଉଲାଲ ମହାନ୍ତି ଅତିଥିମାନଙ୍କୁ ମଞ୍ଚକୁ ଆହ୍ବାନ କରିଥିବା ବେଳେ ଉପସଭାପତି କାବେରୀ ମିଶ୍ର କାର୍ଯ୍ୟକ୍ରମର ଅଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। କବିୟିତ୍ରୀ ବାସନ୍ତୀଲତା ମହାପାତ୍ର ଏବଂ କବି ଅଜୟ ପାଲଙ୍କ ସଂଯୋଜନାରେ ଆୟୋଜିତ କବିତା ପାଠୋତ୍ସବରେ ଅଜିତ ପାଣିଗ୍ରାହୀ, ଅଜିତ କୁମାର କବାଟ, ବୃନ୍ଦାବନ ଦାଶ, ନୂତନ କୁମାର ବେହେରା, ସତୀଶ ଚନ୍ଦ୍ର ବେହେରା, ସମରେନ୍ଦ୍ର ବଶା, ବୀଣାପାଣି ପଣ୍ଡା, ତିମିର ଘୋଷ, ଡ.ଦୀନବନ୍ଧୁ ଭଞ୍ଜ, ଦୀପକ ଶତପଥୀ, ଜୟନ୍ତ କୁମାର ଦ୍ୱାରୀ ପ୍ରମୁଖ କବିତା ପାଠ କରିଥିଲେ। ହିମାଂଶୁ ଶେଖର ଦାସ, ବିମ୍ବାଧର ପାତ୍ର, ନରସିଂହ ବାରିକ, ଅଶୋକ କୁମାର କର, ଲିପିକା ଦାଶ, ଅମିତାଭ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶେଷରେ ଅନୁଷ୍ଠାନର ପୂର୍ବତନ ସମ୍ପାଦକ ମନୋଜ ଦଳବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri