ଯଦୁନାଥ କଲେଜରେ ର଼୍ୟାଗିଂରୁ ଉତ୍ତେଜନା: ପ୍ରତିଶୋଧ ନେଲେ ଜୁନିୟର ଛାତ୍ର

ବାଲେଶ୍ୱର ଅଫିସ/ରସାଳପୁର, ୧।୯(ଡି.ଏନ.ଏ.)-ଶିକ୍ଷାନୁଷ୍ଠାନରେ ର଼୍ୟାଗିଂ ଘଟଣାକୁ ନେଇ ଦୁଇ ଛାତ୍ରଗୋଷ୍ଠୀ ମୁହଁାମୁହିଁ ହେବା ଏବଂ ଜୁନିୟର ଛାତ୍ରମାନେ ପ୍ରତିଶୋଧ ପରାୟଣ ହୋଇ ଜଣେ ସିନିୟର ଛାତ୍ରଙ୍କୁ ପୋଖରୀରେ ବୁଡାଇ ମାଡ ମାରୁଥିବା ଘଟଣା ପଦାକୁ ଆସିଛି। ଏ ସଂକ୍ରାନ୍ତ ଏକ ଭିଡିଓ ଭାଇରାଲ ହୋଇଛି। ବାଲେଶ୍ୱର ଜିଲା ବାହାନଗା ବ୍ଲକ ରସାଳପୁରସ୍ଥିତ ଯଦୁନାଥ ଡିଗ୍ରୀ ମହାବିଦ୍ୟାଳୟରେ ଏଭଳି ଘଟଣା ଘଟିଥିବା ଜଣାପଡିବା ସତ୍ତ୍ୱେ କର୍ତ୍ତୃପକ୍ଷ କୌଣସି କାର୍ଯ୍ୟାନୁଷ୍ଠାନ ନ ନେବାରୁ ଛାତ୍ରୀଛାତ୍ରମାନେ ଶନିବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ସାକ୍ଷାତ କରି ଦସ୍ତଖତ ସମ୍ବଳିତ ଅଭିଯୋଗ କରିଛନ୍ତି। ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ସେମାନେ ଦାବି କରିଛନ୍ତି। ଜିଲାପାଳ ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏ ସମ୍ପର୍କରେ ଜିଲାପାଳଙ୍କୁ ପଚାରିବାରୁ ‘ଅଭିଯୋଗ ମିଳିଛି ଏବଂ ତଦନ୍ତ କରାଯିବ ବୋଲି ଗଣମାଧ୍ୟମକୁ କହିଛନ୍ତି’।
ଶିକ୍ଷାନୁଷ୍ଠାନରେ ର଼୍ୟାଗିଂ ବନ୍ଦ ଲାଗି କଟକଣା ସତ୍ତ୍ୱେ ଏହି କଲେଜରେ ର଼୍ୟାଗିଂ ହେବା ଯୋଗୁ ଯୁକ୍ତ ୨ ଶ୍ରେଣୀର ଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ସେହିପରି ଛାତ୍ର ସଂସଦ ନିର୍ବାଚନ ବନ୍ଦ ହେବା ନେଇ ବାଦବିବାଦ ପରିସ୍ଥିତି ସୃଷ୍ଟି ହୋଇଥିଲା। ଯୁକ୍ତ ୩ର ଛାତ୍ରମାନେ ଯୁକ୍ତ୨ ଛାତ୍ରମାନଙ୍କୁ ବାରମ୍ବାର ହଇରାଣ ହରକତ କରୁଥିବାରୁ ଏକ ଛାତ୍ରଗୋଷ୍ଠୀ ସେମାନଙ୍କୁ ବିରୋଧ କରୁଥିଲେ। ଗତ ଗୁରୁବାର କଲେଜ କ୍ୟାମ୍ପସ୍‌ରେ ଥିବା ପୋଖରୀ ନିକଟରେ ଜଣେ ଯୁକ୍ତ ୩ ଛାତ୍ରକୁ ଏକୁଟିଆ ପାଇ ଯୁକ୍ତ୨ର ୫ରୁ ୬ ଜଣ ଛାତ୍ର୍ର ରାଗିଂର କାରଣ ପଚାରିବାରୁ ଗଣ୍ଡଗୋଳ ଘଟିଥିଲା। ଏହି ସମୟରେ ଯୁକ୍ତ ୩ ଛାତ୍ରଜଣକ ପୋଖରୀରେ ପଡ଼ିଯାଇଥିଲେ ମଧ୍ୟ ଯୁକ୍ତ ୨ର ଛାତ୍ରମାନେ ତାଙ୍କୁ ଛାଡ଼ି ନ ଥିଲେ। ଖବରପାଇ ଅନ୍ୟ ଛାତ୍ରୀଛାତ୍ର, ଅଧ୍ୟାପକ ପହଞ୍ଚତ୍ୟିବାରୁ ସେମାନେ ପଳାଇ ଯାଇଥିଲେ। ଆକ୍ରମଣର ଶିକାର ହୋଇଥିବା ଛାତ୍ରଜଣକ ପରେ ସଦର ଥାନାକୁ ଯାଇ ଏନେଇ ଲିଖିତ ଅଭିଯୋଗ କରିଥିଲେ। କଲେଜ କର୍ତ୍ତୃପକ୍ଷ କୌଣସି ଅଭିଯୋଗ କରି ନ ଥିବାରୁ ତାଙ୍କ ଏତଲା ଗ୍ରହଣ କରାଯାଇ ନ ଥିବା ଛାତ୍ର ଜଣକ ପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେହି ଗଣ୍ଡଗୋଳ ଘଟଣାର ଦୃଶ୍ୟ ରେକର୍ଡିଂ ହୋଇଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏନେଇ ଅଭିଭାବକମାନେ ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri