ଯନ୍ତାରେ ପଡ଼ିଲା ଉତ୍ପାତ କରୁଥିବା ହନୁ

ବାରଙ୍ଗ,୪ା୭(ଡି.ଏନ୍‌.ଏ.): ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଅନ୍ଧାରୁଆ ଜଗନ୍ନାଥପ୍ରସାଦ ଗ୍ରାମରେ ଗତ ୨ମାସ ହେବ ଉତ୍ପାତ ସୃଷ୍ଟିକରୁଥିବା ଏକ ଲାଞ୍ଜଖଣ୍ଡି ହନୁମାଙ୍କଡ ବୁଧବାର ଧରାପଡିଛି। ବିସ୍କୁଟ ଖାଇବାକୁ ଆସି ଯନ୍ତାରେ ପଡିଯାଇଛି। ଗତ ୨ମାସ ମଧ୍ୟରେ ଏହି ହନୁ ୨୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଖଣ୍ଡିଆଖାବରା କରିଥିଲା। ଘର ଭିତରେ ପଶି ପନିପରିବା ଖାଇବା ତା’ର ନିତିଦିନିଆ କଥା ହୋଇଯାଇଥିଲା। ଏପରିକି ପିଲାମାନେ ଘରୁ ବାହାରିଲେ ଖଣ୍ଡେଖଣ୍ଡେ ବାଡି ଧରି ସ୍କୁଲକୁ ଯାଉଥିଲେ। ମଙ୍ଗଳବାର ଅନ୍ଧାରୁଆ ସରପଞ୍ଚ ଦିଲୀପ ତରାଇଙ୍କ ନେତୃତ୍ୱରେ ଏକ ଟିମ ସିଟିଫରେଷ୍ଟରେ ଅଭିଯୋଗ କରିବା ପରେ ବନ ବିଭାଗ କର୍ମଚାରୀମାନେ ଏକ ଯନ୍ତାକୁ ଆଣି ଅନ୍ଧାରୁଆ ଗ୍ରାମରେ ରଖିଦେଇଯାଇଥିଲା। ବୁଧବାର ଦ୍ୱିପ୍ରହରରେ ଗ୍ରାମର କେତେକ ଯୁବକ ଏହି ଯନ୍ତାରେ କିଛି ବିସ୍କୁଟ ରଖିଦେଇଥିବାବେଳେ ହନୁଟି ତାହା ଖାଇବା ପାଇଁ ଆସିଥିଲା। ଏହି ସମୟରେ ଜଗିରହିଥିବା ଯୁବକମାନେ ଯନ୍ତା କବାଟ ଟାଣି ଦେଇଥିଲେ। ଖବରପାଇ ବନ ବିଭାଗ କର୍ମଚାରୀମାନେ ଆସି ଉତ୍ପାତକାରୀ ହନୁକୁ ନେଇ ଚନ୍ଦକା ଜଙ୍ଗଲରେ ଛାଡିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri