ଯବାନ-ମାଓବାଦୀ ଗୁଳି ବିିନିମୟ

ଫୁଲବାଣୀ ଅଫିସ, ୧୯ା୧-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ନିକଟ ଜଙ୍ଗଲରେ ଏସ୍‌ଓଜି ଯବାନ ଏବଂ ମାଓବାଦୀ ଶୁକ୍ରବାର ମୁହାଁମୁହିଁ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲେ ହେଁ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ମାଓବାଦୀମାନେ କ୍ୟାମ୍ପ ଛାଡି ପଳାଇଥିବା ଜଣାପଡିଛି। ସୁମରବନ୍ଧ ଅଞ୍ଚଳରେ ଥିବା ଜଙ୍ଗଲରେ ମାଓବାଦୀ ଚଳପ୍ରଚଳ ହେଉଥିବା ସୂଚନା ମିଳିଥିଲା। ଶୁକ୍ରବାର ଏସ୍‌ଓଜି ଟିମ୍‌ କୋମ୍ବିଂ ଅପରେଶନରେ ଯାଇଥିଲେ। ଅପରେଶନ ଚାଲିଥିବା ସମୟରେ ସକାଳ ପ୍ରାୟ ୮ଟାବେଳେ ମାଓବାଦୀମାନେ ଗୁଳି ଚାଳନା କରିଥିଲେ। ଏସ୍‌ଓଜି ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଯବାନଙ୍କ ଆକ୍ରମଣକୁ ପ୍ରତିହତ କରିନପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇ କ୍ୟାମ୍ପ ଛାଡି ପଳାଇଥିଲେ। ଏହାପରେ ଜଙ୍ଗଲରେ ସର୍ଚ୍ଚ ଅପରେଶନ ଜାରି ରହିଥିଲା। ସନ୍ଧ୍ୟାରେ ପୁଣି ମାଓବାଦୀଙ୍କ ତରଫରୁ ଗୁଳି ଚାଳନା ହୋଇଥିଲା। କିଛି ସମୟ ଗୁଳି ବିନିମୟ ପରେ ମାଓବାଦୀମାନେ ଘଞ୍ଚ ଜଙ୍ଗଲ ମଧ୍ୟକୁ ଚାଲି ଯାଇଥିଲେ। ଯବାନମାନେ କ୍ୟାମ୍ପ ଉପରେ ଚଢାଉ କରି ମାଓବାଦୀ ଛାଡି ଯାଇଥିବା ବିପୁଳ ପରିମାଣର ସାମଗ୍ରୀ ଜବତ କରିଛନ୍ତି। ଯବାନମାନେ ସେଠାରୁ ଫେରି ନାହାନ୍ତି। ତେଣୁ କ’ଣ ଜବତ ହୋଇଛି ଏବଂ କିଏ ମୃତାହତ ହୋଇଛନ୍ତି କି ନାହିଁ ସେନେଇ ସୂଚନା ମିଳିନାହିଁ। ଫେରିଲା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ଏସ୍‌ପି ପ୍ରତୀକ ଗୀତା ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍‌ପି

ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ।…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ, ରଥଯାତ୍ରାରେ ଦେବେ ଯୋଗ

ଦାରିଙ୍ଗବାଡ଼ି, ୧୩।୭ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡି ଗସ୍ତ କାର୍ଯ୍ୟକ୍ରମ ରହିଛି | ଏହାକୁ ନେଇ କନ୍ଧମାଳ ଜିଲାର…

ଦାରିଙ୍ଗବାଡି ବନାଞ୍ଚଳକୁ ବଡ଼ ସଫଳତା, ମିଳିତ ଚଢ଼ାଉରେ ଶାଳ ଗଣ୍ଡି ଜବତ, ୪ ଗିରଫ, ଟ୍ରକ, ବୋଲେରୋ, ଜେସିବି ସହ ୨ ବାଇକ ଜବତ

ଦାରିଙ୍ଗବାଡି,୧୩।୭, (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ମିଳିଛି ବଡ଼ ସଫଳତା। ଜଙ୍ଗଲରୁ କାଠ ଗଣ୍ଡି କାଟି ଚୋରୀ କରୁଥିବା ଅଭିଯୋଗରେ ବନ ବିଭାଗ ୪…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri