ଯାଁଳାରୁ ଗାଡ଼ଭାଲୁ ଉଦ୍ଧାର

ଯାଁଳା,୩ା୧(ଡି.ଏନ.ଏ.): ରାଜଧାନୀ ଉପକଣ୍ଠ ଜଟଣୀ ବ୍ଲକ ୧୬ ନଂ. ଜାତୀୟ ରାଚପଥ କଡ ଯାଁଳା ଗାଁର ଶ୍ରୀରାଧାମାଧବ କ୍ଲବ ଖେଳପଡିଆରୁ କ୍ଲବର ପିଲାମାନଙ୍କ ଦ୍ୱାରା ଏକ ଗାଡ ଭାଲୁ ଗୁରୁବାର ରାତିରେ ଉଦ୍ଧାର ହୋଇଛି। ରାତି ୮ଟାରେ କ୍ଲବର ଖେଳପଡିଆ ନିକଟସ୍ଥ ନଳକୂପକୁ ପାଣି ଆଣିବାକୁ କ୍ଲବର ଜଣେ ପିଲା ଯାଇଥିଲେ। ସେଠାରେ ଜମା ହୋଇଥିବା ପାଣିକୁ ୨ଟି ଜୀବ ପିଉଥିବା ଦେଖି କ୍ଲବର ପିଲାକୁ ଡାକିଥିଲେ। ପିଲାମାନେ ପହଞ୍ଚତ୍ ପାଟି କରିବାରୁ ଜୀବଟି ପଳାଇ ଯାଉଥିଲା। ଛୁଆଟିକୁ କ୍ଲବର ପିଲାମାନେ ପିନ୍ଧିଥିବା ଜ୍ୟାକେଟ ସାହାର୍ଯ୍ୟରେ ଧରିଥିଲେ। ପରେ ଖୋର୍ଦ୍ଧା ବନ ବିଭାଗ କର୍ମଚାରୀଙ୍କୁ ଡାକି ହସ୍ତାନ୍ତର କରିଥିଲେ। ଖୋର୍ଦ୍ଧା ବନ ବିଭାଗ ରେଞ୍ଜର ଉତ୍ତମ ଗଡନାୟକଙ୍କୁ ଏ ସମ୍ପର୍କରେ ପଚାରିବାରୁ ଏହା ଏକ ଗାଡ ଭାଲୁ (ହନି ବାଡଜର) ବୋଲି କହିଥିଲେ। ଉଦ୍ଧାର ଗାଡ ଭାଲୁର ଓଜନ ପ୍ରାୟ ୫ କିଲୋ ହୋଇଥିବା ବେଳେ ଲମ୍ବା ୨.୫ ଫୁଟ ଓ ଉଚ୍ଚତା ୧ ଫୁଟରୁ ଊର୍ଦ୍ଧ୍ୱ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri