ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ କଣ୍ଟେଇପଲ୍ଲୀର ଜି ଏସ୍‌ ସ୍ବାଇଁ। ଖବରପାଇ ସେହି ରାସ୍ତାରେ ଆସୁଥିବା ଭେଜିପୁଟର କିଛି ଯୁବକ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ଯୁବକ ଜଣଙ୍କ ଫୁଲବାଣୀରୁ ଆଜି କୌଣସି କାମରେ ଭଞ୍ଜନଗର ଆସୁଥିଲେ। ବାଟରେ ସୋରାଦେବୀ ମନ୍ଦିର ନିକଟରେ ହଠାତ୍‌ ଜଙ୍ଗଲ ଭିତରୁ ଏକ ଜନ୍ତୁ ବାଇକ ଆଗକୁ ଚାଲି ଆସିଥିଲା। ଫଳରେ ବାଇକ ଚାଳକ ଭାରସାମ୍ୟ ହରାଇ ଉକ୍ତ ଅଜଣା ଜନ୍ତୁକୁ ଧକ୍କା ଲଗାଇ ରାସ୍ତା କଡ଼ରେ ପଡ଼ିଥିଲେ। ଏହି ସମୟରେ ଭେଜିପୁଟର ମିଥୁନ ସାଇଁ ଏବଂ ଅନ୍ୟମାନେ ସୂଚନା ପାଇ ଉକ୍ତ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ଆଣିଥିଲେ। ବିଗତ କିଛି ମାସ ହେବ ଉକ୍ତ ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଦ୍ରୁତ ଗତିରେ ଗାଡି ଚଳାଇବା, ମଦୁଆ ଚାଳକ, ଜାତୀୟ ରାଜପଥ ଉପରେ ବନ୍ୟପ୍ରାଣୀଙ୍କ ଚଳପ୍ରଚଳ ବୃଦ୍ଧି ପ୍ରମୁଖ କାରଣ ଯୋଗୁଁ ଦୁର୍ଘଟଣା ବଢୁଛି। ଏହିଭଳି ପରିସ୍ଥିତିରେ ଗତ ଗୁରୁବାର ରାତିରେ ଆଜି ଦୁର୍ଘଟଣା ଘଟିଥିବାସ୍ଥଳ ଠାରୁ କିଛି ଦୂରରେ ଏକ କଲରାପତରିଆ ବାଘ ଗୋଟିଏ ଗାଈ ବାଛୁରୀକୁ ମାରି ଖାଇଥିଲା। ଆଜି କେଉଁ ଜନ୍ତୁ ହଠାତ୍‌ ରାସ୍ତା ଉପରକୁ ଦ୍ରୁତ ଗତିରେ ଆସିଲା ତାହା ବାଇକ ଚାଳକ ଜାଣି ପାରୁନାହାନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri