ଯାଜପୁରରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ତତ୍ପର

ଯାଜପୁର ଟାଉନ,୪।୪: (ଡି.ଏନ.ଏ)- ଯାଜପୁର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ। ଶୁକ୍ରବାର ରାତିରୁ ବ୍ରହ୍ମବରଦା ଅଞ୍ଚଳକୁ ସଟ ଡାଉନ ଘୋଷଣା କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ନଜରବନ୍ଦୀରେ ରଖାଯାଇଛି । ଉକ୍ତ ଅଞ୍ଚଳରେ କେବଳ ଔଷଧ ଦୋକାନ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ସୂଚନା ଅନୁସାରେ ଦିଲ୍ଲୀ ନିଜାମୁଦିନ ଧାର୍ମିକ ସମିଳନୀକୁ ଓଡିଶାରୁ ଯାଇଥିବା ଯାଜପୁରର ୩ ଜଣଙ୍କ ମଧ୍ୟରୁ ବ୍ରହ୍ମବରଦା ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଅଛନ୍ତି । ଅନ୍ୟ ଦୁଇ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣା ଯାଇଛି।ବ୍ରହ୍ମବରଦା ଅଞ୍ଚଳକୁ ସାନିଟାଇଜ କରାଯାଉଛି। ସ୍ଥାନୀୟ ବିଧାୟକଙ୍କ ସହ ଜିଲ୍ଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହାପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ଜିଲ୍ଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri