ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୪୯

ଭୁବନେଶ୍ୱର,୧ା୫(ବୁ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ପୂର୍ବାହ୍ନରେ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅପରାହ୍ନରେ ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତ ଜଣକ ୩୫ ବର୍ଷୀୟ ମହିଳା ବୋଲି ଜଣାପଡ଼ିଛି। ସେ ବାସୁଦେବପୁର ଅଞ୍ଚଳର ହୋଇଥିବାବେଳେ ତାହା କଣ୍ଟେନମେଣ୍ଟ ଜୋନରେ ଥିବା ଜଣାପଡ଼ିଛି। ଏ ନେଇ ଆକ୍ରାନ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଥିବା ସୂଚନା ଦିଆଯାଇଛି। ତେବେ ଗୋଟିଏ ଦିନ ମଧ୍ୟରେ ଯାଜପୁର ଅଞ୍ଚଳରେ ୪ଜଣଙ୍କ କରୋନା ପଜିଟିଭ ବାହାରିଥିବା ଜଣାପଡ଼ିଛି। ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୪୯କୁ ବୃଦ୍ଧି ପାଇଛିି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri