ଯାଜପୁରରେ ସର୍ବାଧିକ ସକ୍ରିୟ ସଂକ୍ରମିତ

ଭୁବନେଶ୍ୱର, ୨୭ା୫ (ବ୍ୟୁରୋ)- ରାଜ୍ୟରେ ଆଉ ୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚତ୍ଛି। ସେହିପରି ପୁଣି ୭୫ଜଣ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ଏବେ ୭୬୬ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ୮୮୭ ସୁସ୍ଥ ହୋଇଛନ୍ତି ଓ ୭ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଆକ୍ରାନ୍ତଙ୍କ ସଂଖ୍ୟାରେ ଗଞ୍ଜାମ ଜିଲା ରହିଛି। କିନ୍ତୁ ଯାଜପୁର ଜିଲାରେ ସର୍ବାଧିକ ସକ୍ରିୟ ଆକ୍ରାନ୍ତ ରହିଥିବା ସରକାରୀ ତଥ୍ୟରୁ ଜଣାପଡିଛି।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନାନୁସାରେ, ଗଞ୍ଜାମ ଜିଲାରେ ସର୍ବାଧିକ ୩୮୫ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ସର୍ବାଧିକ ୩୦୨ଜଣ ସୁସ୍ଥ ହୋଇଛନ୍ତି ଓ ୮୦ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି। ଆଉ ୩ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଯାଜପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୩ ରହିଛନ୍ତି। ଏମାନଙ୍କ ମଧ୍ୟରୁ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୨ ଥିବାବେଳେ ୧୫୧ ଜଣ ସୁସ୍ଥ ହୋଇଛନ୍ତି। ତୃତୀୟ ସ୍ଥାନରେ ଥିବା କଟକରେ ୬୭ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ପୁରୀରେ ୫୨, ବଲାଙ୍ଗୀରରେ ୫୦, ଖୋର୍ଦ୍ଧାରେ ୪୯, ନୟାଗଡ଼ରେ ୪୮ ଓ ଜଗତ୍‌ସିଂହପୁରରେ ୪୪ଜଣ ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଚିହ୍ନଟ ହୋଇଥିବା ନୂଆ ୬୭ ଆକ୍ରାନ୍ତମାନେ ୧୦ ଜିଲାର। ୬୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଥିବାବେଳେ ୨ଜଣ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ବୋଲି ଜଣାପଡ଼ିଛି। ଗଞ୍ଜାମରୁ ସର୍ବାଧିକ ୨୬ଜଣ ରହିଥିବାବେଳେ ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୧, ନୟାଗଡ଼ରୁ ୭, ସୁବର୍ଣ୍ଣପୁରରୁ ୪ଜଣ, ଜଗତ୍‌ସିଂହପୁର, ସମ୍ବଲପୁର, ବଲାଙ୍ଗୀରରୁ ୨ଜଣ ଲେଖାଏ, ବରଗଡ଼ ଓ କେନ୍ଦୁଝରରୁ ଜଣେ ଲେଖାଏ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁସ୍ଥ ହୋଇଥିବା ୭୫ ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରରୁ ୨୫, ଗଞ୍ଜାମରୁ ୧୯, କଟକରୁ ୯, ପୁରୀରୁ ୮, ନୟାଗଡ଼ ଓ କେନ୍ଦ୍ରପଡ଼ାରୁ ୩ଜଣ ଲେଖାଏ, କନ୍ଧମାଳ ଓ ବଲାଙ୍ଗୀରରୁ ୨ ଜଣ ଲେଖାଏ, କେନ୍ଦୁଝର, ବୌଦ୍ଧ, ସମ୍ବଲପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛି।
ସେପଟେ ଗୁରୁବାର ସୁଦ୍ଧା ରାଜ୍ୟରେ ମୋଟ ୧ଲକ୍ଷ ୩୯ହଜାର ୩୧୧ଜଣଙ୍କର ନମୁନା ପରୀକ୍ଷଣ ହୋଇଛି। ସେଥିମଧ୍ୟରୁ ମାତ୍ର ୧.୧୯ ପ୍ରତିଶତ ନମୁନା ପଜିଟିଭ୍‌ ଆସିଥିବାବେଳେ ୯୮.୮୧ ପ୍ରତିଶତ ନେଗେଟିଭ୍‌ ବାହାରିଛି ବୋଲି ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?