ଯାଜପୁରରେ ସର୍ବାଧିକ ସକ୍ରିୟ ସଂକ୍ରମିତ

ଭୁବନେଶ୍ୱର, ୨୭ା୫ (ବ୍ୟୁରୋ)- ରାଜ୍ୟରେ ଆଉ ୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚତ୍ଛି। ସେହିପରି ପୁଣି ୭୫ଜଣ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ଏବେ ୭୬୬ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ୮୮୭ ସୁସ୍ଥ ହୋଇଛନ୍ତି ଓ ୭ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ଆକ୍ରାନ୍ତଙ୍କ ସଂଖ୍ୟାରେ ଗଞ୍ଜାମ ଜିଲା ରହିଛି। କିନ୍ତୁ ଯାଜପୁର ଜିଲାରେ ସର୍ବାଧିକ ସକ୍ରିୟ ଆକ୍ରାନ୍ତ ରହିଥିବା ସରକାରୀ ତଥ୍ୟରୁ ଜଣାପଡିଛି।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନାନୁସାରେ, ଗଞ୍ଜାମ ଜିଲାରେ ସର୍ବାଧିକ ୩୮୫ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ସର୍ବାଧିକ ୩୦୨ଜଣ ସୁସ୍ଥ ହୋଇଛନ୍ତି ଓ ୮୦ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି। ଆଉ ୩ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଯାଜପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୩ ରହିଛନ୍ତି। ଏମାନଙ୍କ ମଧ୍ୟରୁ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୨ ଥିବାବେଳେ ୧୫୧ ଜଣ ସୁସ୍ଥ ହୋଇଛନ୍ତି। ତୃତୀୟ ସ୍ଥାନରେ ଥିବା କଟକରେ ୬୭ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ପୁରୀରେ ୫୨, ବଲାଙ୍ଗୀରରେ ୫୦, ଖୋର୍ଦ୍ଧାରେ ୪୯, ନୟାଗଡ଼ରେ ୪୮ ଓ ଜଗତ୍‌ସିଂହପୁରରେ ୪୪ଜଣ ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଚିହ୍ନଟ ହୋଇଥିବା ନୂଆ ୬୭ ଆକ୍ରାନ୍ତମାନେ ୧୦ ଜିଲାର। ୬୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଥିବାବେଳେ ୨ଜଣ ସ୍ଥାନୀୟ ଅଞ୍ଚଳର ବାସିନ୍ଦା ବୋଲି ଜଣାପଡ଼ିଛି। ଗଞ୍ଜାମରୁ ସର୍ବାଧିକ ୨୬ଜଣ ରହିଥିବାବେଳେ ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୧, ନୟାଗଡ଼ରୁ ୭, ସୁବର୍ଣ୍ଣପୁରରୁ ୪ଜଣ, ଜଗତ୍‌ସିଂହପୁର, ସମ୍ବଲପୁର, ବଲାଙ୍ଗୀରରୁ ୨ଜଣ ଲେଖାଏ, ବରଗଡ଼ ଓ କେନ୍ଦୁଝରରୁ ଜଣେ ଲେଖାଏ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁସ୍ଥ ହୋଇଥିବା ୭୫ ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରରୁ ୨୫, ଗଞ୍ଜାମରୁ ୧୯, କଟକରୁ ୯, ପୁରୀରୁ ୮, ନୟାଗଡ଼ ଓ କେନ୍ଦ୍ରପଡ଼ାରୁ ୩ଜଣ ଲେଖାଏ, କନ୍ଧମାଳ ଓ ବଲାଙ୍ଗୀରରୁ ୨ ଜଣ ଲେଖାଏ, କେନ୍ଦୁଝର, ବୌଦ୍ଧ, ସମ୍ବଲପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛି।
ସେପଟେ ଗୁରୁବାର ସୁଦ୍ଧା ରାଜ୍ୟରେ ମୋଟ ୧ଲକ୍ଷ ୩୯ହଜାର ୩୧୧ଜଣଙ୍କର ନମୁନା ପରୀକ୍ଷଣ ହୋଇଛି। ସେଥିମଧ୍ୟରୁ ମାତ୍ର ୧.୧୯ ପ୍ରତିଶତ ନମୁନା ପଜିଟିଭ୍‌ ଆସିଥିବାବେଳେ ୯୮.୮୧ ପ୍ରତିଶତ ନେଗେଟିଭ୍‌ ବାହାରିଛି ବୋଲି ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri