ଯାଜପୁରରୋଡ-ଧାମରା ରେଳପଥ ନିର୍ମାଣ ଦାବି

ଯାଜପୁର ଅଫିସ,୫ା୨: ସମ୍ପ୍ରତି ପାର୍ଲାମେଣ୍ଟରେ ୨୦୨୦-୨୧ ପାଇଁ ଆଗତ ବଜେଟରେ ଯାଜପୁରରୋଡ-ଧାମରା(ଭାୟା ଯାଜପୁର ଟାଉନ ଓ ଆରଡି) ରେଳପଥ ନିର୍ମାଣ ପାଇଁ ଘୋଷଣା କରାଯାଇ ନ ଥିବାରୁ ଉଦ୍‌ବେଗ ପ୍ରକାଶ ପାଇଛି। ବଜେଟରେ ସଂଶୋଧନ ଆଣି ଏହି ରେଳପଥ ନିର୍ମାଣକୁ ସେଥିରେ ଅନ୍ତର୍ଭୁକ୍ତ କରିବା ପାଇଁ ଯାଜପୁରରୋଡ-ଧାମରା ରେଳପଥ ସଂଗ୍ରାମ ସମିତି ପକ୍ଷରୁ ରେଳମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମଙ୍ଗଳବାର ପୂର୍ବତଟ ରେଳପଥର ଜେନେରାଲ ମ୍ୟାନେଜରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ, ସମିତିର ଆବାହକ ସନ୍ତୋଷ ଦାସ, ବ୍ୟାସନଗର ପୌର ପରିଷଦର ପୂର୍ବତନ କାଉନସିଲର ପ୍ରଫୁଲ୍ଲ ନାୟକ, ଆଡ୍‌ଭୋକେଟ ସତ୍ୟପ୍ରକାଶ ବେଉରିଆ, ଦିଗାମ୍ବର ସାହୁ, ରଜତ ପତି, କାମାକ୍ଷା ପ୍ରସାଦ ନାୟକ, ଅରମାନ କୁମାର ଜେନା, କ୍ଷୀରସିନ୍ଧୁ ମେହେର, ଅଭିମନ୍ୟୁ ବେହେରା, ଅବିନାଶ ଆଚାର୍ଯ୍ୟ ପ୍ରମୁଖ ସାମିଲ ହୋଇଥିଲେ। ୨୦୧୨-୧୩ ରେଳବଜେଟରେ ନିଷ୍ପତ୍ତିକ୍ରମେ ଯାଜପୁରରୋଡ-ଧାମରା ରେଳପଥର ନିର୍ମାଣ ପାଇଁ ପୂର୍ବତନ ରେଳପଥ ପକ୍ଷରୁ ଏହାର ସର୍ଭେ କରାଯାଇଥିଲା। ୨୦୧୫ ଏପ୍ରିଲରୁ ଏହା ରେଳବାଇ ବୋର୍ଡ ପାଖକୁ ପ୍ରେରଣ କରାଯାଇଥିଲେ ମଧ୍ୟ ଦୁର୍ଭାଗ୍ୟଜନକ ଭାବେ ଏହି ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇନାହିଁ। କେନ୍ଦ୍ର ବଜେଟରେ ମଧ୍ୟ ଏହାକୁ ଅନ୍ତର୍ଭୁକ୍ତ କରାଯାଇନାହିଁ। ତେଣୁ ବଜେଟରେ ବ୍ୟୟବରାଦ ସମେତ ନିତି ଆୟୋଗ ଓ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତୀୟ ମନ୍ତ୍ରୀମଣ୍ଡଳ କମିଟୀ(ସିସିଇଏ)ର ଅନୁମୋଦନ ପାଇଁ ସଂଗ୍ରାମ ସମିତି ପକ୍ଷରୁ ଦାବି କରାଯାଇଛି। ଏହି ୯୨ କିମି ଦୀର୍ଘ ରେଳପଥ ନିର୍ମାଣ ହେଲେ କଳିଙ୍ଗନଗର ଶିଳ୍ପନଗରୀ ସହ ଅତ୍ୟାଧୁନିକ ଧାମରା ବନ୍ଦର ସଂଯୁକ୍ତ ହୋଇ ପାରିବ। ଏହାବାଦ ସ୍ମାରକପତ୍ରରେ ଯାଜପୁରରୋଡରେ ଏକ ରେଳଡିଭିଜନ ପ୍ରତିଷ୍ଠା ଓ ଫ୍ଲାଏଓଭର ନିର୍ମାଣ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri