ଯାଜପୁରରୋଡ-ଧାମରା ରେଳପଥ ନିର୍ମାଣ ଦାବି

ଯାଜପୁର ଅଫିସ,୫ା୨: ସମ୍ପ୍ରତି ପାର୍ଲାମେଣ୍ଟରେ ୨୦୨୦-୨୧ ପାଇଁ ଆଗତ ବଜେଟରେ ଯାଜପୁରରୋଡ-ଧାମରା(ଭାୟା ଯାଜପୁର ଟାଉନ ଓ ଆରଡି) ରେଳପଥ ନିର୍ମାଣ ପାଇଁ ଘୋଷଣା କରାଯାଇ ନ ଥିବାରୁ ଉଦ୍‌ବେଗ ପ୍ରକାଶ ପାଇଛି। ବଜେଟରେ ସଂଶୋଧନ ଆଣି ଏହି ରେଳପଥ ନିର୍ମାଣକୁ ସେଥିରେ ଅନ୍ତର୍ଭୁକ୍ତ କରିବା ପାଇଁ ଯାଜପୁରରୋଡ-ଧାମରା ରେଳପଥ ସଂଗ୍ରାମ ସମିତି ପକ୍ଷରୁ ରେଳମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମଙ୍ଗଳବାର ପୂର୍ବତଟ ରେଳପଥର ଜେନେରାଲ ମ୍ୟାନେଜରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ, ସମିତିର ଆବାହକ ସନ୍ତୋଷ ଦାସ, ବ୍ୟାସନଗର ପୌର ପରିଷଦର ପୂର୍ବତନ କାଉନସିଲର ପ୍ରଫୁଲ୍ଲ ନାୟକ, ଆଡ୍‌ଭୋକେଟ ସତ୍ୟପ୍ରକାଶ ବେଉରିଆ, ଦିଗାମ୍ବର ସାହୁ, ରଜତ ପତି, କାମାକ୍ଷା ପ୍ରସାଦ ନାୟକ, ଅରମାନ କୁମାର ଜେନା, କ୍ଷୀରସିନ୍ଧୁ ମେହେର, ଅଭିମନ୍ୟୁ ବେହେରା, ଅବିନାଶ ଆଚାର୍ଯ୍ୟ ପ୍ରମୁଖ ସାମିଲ ହୋଇଥିଲେ। ୨୦୧୨-୧୩ ରେଳବଜେଟରେ ନିଷ୍ପତ୍ତିକ୍ରମେ ଯାଜପୁରରୋଡ-ଧାମରା ରେଳପଥର ନିର୍ମାଣ ପାଇଁ ପୂର୍ବତନ ରେଳପଥ ପକ୍ଷରୁ ଏହାର ସର୍ଭେ କରାଯାଇଥିଲା। ୨୦୧୫ ଏପ୍ରିଲରୁ ଏହା ରେଳବାଇ ବୋର୍ଡ ପାଖକୁ ପ୍ରେରଣ କରାଯାଇଥିଲେ ମଧ୍ୟ ଦୁର୍ଭାଗ୍ୟଜନକ ଭାବେ ଏହି ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇନାହିଁ। କେନ୍ଦ୍ର ବଜେଟରେ ମଧ୍ୟ ଏହାକୁ ଅନ୍ତର୍ଭୁକ୍ତ କରାଯାଇନାହିଁ। ତେଣୁ ବଜେଟରେ ବ୍ୟୟବରାଦ ସମେତ ନିତି ଆୟୋଗ ଓ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତୀୟ ମନ୍ତ୍ରୀମଣ୍ଡଳ କମିଟୀ(ସିସିଇଏ)ର ଅନୁମୋଦନ ପାଇଁ ସଂଗ୍ରାମ ସମିତି ପକ୍ଷରୁ ଦାବି କରାଯାଇଛି। ଏହି ୯୨ କିମି ଦୀର୍ଘ ରେଳପଥ ନିର୍ମାଣ ହେଲେ କଳିଙ୍ଗନଗର ଶିଳ୍ପନଗରୀ ସହ ଅତ୍ୟାଧୁନିକ ଧାମରା ବନ୍ଦର ସଂଯୁକ୍ତ ହୋଇ ପାରିବ। ଏହାବାଦ ସ୍ମାରକପତ୍ରରେ ଯାଜପୁରରୋଡରେ ଏକ ରେଳଡିଭିଜନ ପ୍ରତିଷ୍ଠା ଓ ଫ୍ଲାଏଓଭର ନିର୍ମାଣ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri