ଯାଞ୍ଚବେଳେ ଧରାପଡ଼ିଲା ବାଇକ୍‌ ଚୋରି ର଼୍ୟାକେଟ: ୫ ଚୋରା ବାଇକ ଜବତ, ଦୁଇ ଗିରଫ

ଭୁବନେଶ୍ୱର, ୨୯ା୫(ବ୍ୟୁରୋ): ନୟାପଲ୍ଲୀ ଥାନା ପୋଲିସ ଗାଡ଼ି ଚେକିଂ କରୁଥିବାବେଳେ ବାଇକ ଚୋରି ରାକେଟକୁ ଧରିଛି। ଏହି ର଼୍ୟାକେଟରେ ସମ୍ପୃକ୍ତ ଦୁଇ ଜଣଙ୍କୁ ଗରଫ କରିବା ସହ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୫ ଚୋରା ବାଇକ ଜବତ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାପଲ୍ଲୀ ଥାନା ଅନ୍ତର୍ଗତ ସାଲିଆ ସାହି ଶ୍ରୀରାମ ନଗରରେ ରହୁଥିବା ଜିତେନ୍ଦ୍ର ପ୍ରଧାନ ଓ ଏମ.ଦେବା ରେଡ୍ଡୀ।
ପୋଲିସ ସୂଚନା ମୁତାବକ, ମଙ୍ଗଳବାର ରାତିରେ ନୟାପଲ୍ଲୀ ଥାନା ଅନ୍ତର୍ଗତ ଷ୍ଟିଓ୍ବାର୍ଟ ଛକରେ ପୋଲିସ ବାଇକ କାଗଜପତ୍ର ଚେକିଂ କରୁଥିଲା। ଜିତେନ୍ଦ୍ର ଓ ଏମ୍‌. ଦେବା ଓଡି ୦୫ଓ୍ବାଇ ୬୦୯୩ ନମ୍ବର ବିଶିଷ୍ଟ ବାଇକରେ ଆସୁଥିବାବେଳେ ପୋଲିସ ଅଟକାଇ ଯାଞ୍ଚ କରିଥିଲା। ମାତ୍ର ସେମାନେ ଗାଡିର କାଗଜପତ୍ର ଦେଖାଇ ପାରି ନ ଥିଲେ। ପୋଲିସର ସନ୍ଦେହ ହେବାରୁ ଉଭୟଙ୍କୁ ଥାନାକୁ ଆଣି ପଚରାଉଚରା କରିବା ପରେ ଉଭୟ ଚୋରା ବାଇକ ରାକେଟରେ କାମ କରୁଥିବା ଜଣାପଡିଥିଲା। ପୋଲିସ ସେମାନଙ୍କ ବୟାନ ଆଧାରରେ ସାଲିଆ ସାହିସ୍ଥିତ ଘରେ ଚଢାଉ କରିଥିଲା। ଅଭିଯୁକ୍ତ ଦେବା ଓ ଜିତେନ୍ଦ୍ରଙ୍କ ଘର ପଛପଟେ ପାଲ ଘୋଡାଯାଇ ରହିଥିବା ଆଉ ୪ ବାଇକ ରହିଥିବା ଦେଖିବାକୁ ମିଳିଥିଲା। ଯାଞ୍ଚ ପରେ ସେଗୁଡିକ ଚୋରା ବାଇକ୍‌ ବୋଲି ଜଣାପଡିବାପରେ ଜବତ କରାଯାଇଥିଲା। ଗିରଫ ଦୁଇ ଅଭିଯୁକ୍ତଙ୍କ ଅଧିକ ପଚରାଉଚରା କରି ପୋଲିସ ଚୋରା ବାଇକ୍‌ ର଼୍ୟାକେଟ ସମ୍ପର୍କରେ ବହୁ ତଥ୍ୟ ହାସଲ କରିଛି। ସେମାନେ କଟକ ଜିଲା ଆଠଗଡ ଅଞ୍ଚଳରେ ଥିବା ଏକ ବାଇକ ଚୋରି ରାକେଟ ସହ ମିଶି କାମ କରୁଥିବା କହିଛନ୍ତି। ପୋଲିସ ୨୫୫/୧୯ରେ ଏକ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତ ଜିତେନ୍ଦ୍ର ଓ ଦେବାଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri