ଯାତ୍ରାମଣ୍ଡପ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ: କାମ ବନ୍ଦ ଲାଗି ବିଡିଓଙ୍କୁ ଦାବିପତ୍ର

ଜମନକିରା,୩୦।୧(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଛେମୁଣ୍ଡା ଗାଁରେ ‘ଆମ ଗାଁ ଆମ ବିକାଶ’ ଯୋଜନାରେ ଆରମ୍ଭ ହୋଇଥିବା ଯାତ୍ରାମଣ୍ଡପକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏନେଇ ଗାଁର କିଛି ଲୋକ ଗୁରୁବାର ସ୍ଥାନୀୟ ବିଡିଓଙ୍କୁ ସାକ୍ଷାତ କରି କାମ ବନ୍ଦ ପାଇଁ ଲିଖିତ ଦାବି କରିଛନ୍ତି। ତେବେ ବ୍ଲକ୍‌ ପ୍ରଶାସନ ପକ୍ଷରୁ ଉକ୍ତ କାମକୁ ବନ୍ଦ କରାଯାଇଥିବା ବିଡିଓ ଅଜୟ ତିୱାରୀ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଛେମୁଣ୍ଡା ଗାଁରେ ୨୦୧୮-୧୯ ଆର୍ଥିକ ବର୍ଷରେ ଓଡ଼ିଶା ସରକାରଙ୍କ ‘ଆମ ଗାଁ ଆମ ବିକାଶ’ ଯୋଜନାରେ ଏକ ଯାତ୍ରାମଣ୍ଡପ ପାଇଁ ଅର୍ଥ ମଞ୍ଜୁର କରାଯାଇଥିଲା। ବ୍ଲକ୍‌ ପ୍ରଶାସନ ପକ୍ଷରୁ ଉକ୍ତ କାମଟି ଗାଁର ଗଣ୍ଡପଡ଼ାରେ ଆରମ୍ଭ କରାଯାଇଥିଲା। ତେବେ ଏହି କାମକୁ ଗାଁର କିଛି ଲୋକ ବିରୋଧ କରିଥିଲେ। କାରଣ ପୂର୍ବରୁ ଗ୍ରାମବାସୀ ଗାଁ ମଝିରେ ନିର୍ମାଣ ପାଇଁ ଦାବି କରିଥିଲେ। ଏହା ସତ୍ତ୍ୱେ ବ୍ଲକ୍‌ ପ୍ରଶାସନ ନିଜ ଇଚ୍ଛାରେ ଗଣ୍ଡପଡ଼ାରେ ନିର୍ମାଣ ଯୋଜନା ଯୋଗୁୁ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ଗାଁରେ ଏକ ବୈଠକ କରି କାମ ବନ୍ଦ ନିଷ୍ପତ୍ତି ହୋଇଥିଲା। ଏହି କ୍ରମେ ଛେମୁଣ୍ଡା ଗାଁର କିଛି ଲୋକ ସ୍ଥାନୀୟ ବିଡିଓଙ୍କୁ ଏନେଇ ଦାବିପତ୍ର ମାଧ୍ୟମରେ କାମ ବନ୍ଦ ସହ ସଠିକ୍‌ ସ୍ଥାନରେ ନିର୍ମାଣ ପାଇଁ ଦାବି କରିଥିଲେ। ଦାବିପତ୍ର ପ୍ରଦାନ ସମୟରେ ଟିକେଶ୍ୱର ମହାକୁଳ, ପ୍ରତାପଚନ୍ଦ୍ର ମହାକୁଳ, ସୁଶାନ୍ତ ଝାଙ୍କର, ଅଜିତ କୁମାର ମହାକୁଳ, ପ୍ରଶାନ୍ତ କାଲୋଙ୍କ ସମେତ ବହୁ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri