ଯାତ୍ରା କଳାକାରଙ୍କୁ ହତ୍ୟା

ଭୋଗରାଇ, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଶୁକ୍ରବାର ମଧ୍ୟରାତ୍ରିରେ ଜଣେ ନିଶାଗ୍ରସ୍ତ ଯୁବକ ଯାତ୍ରା ପାର୍ଟିର ହାସ୍ୟ କଳାକାରଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିଥିବା ଭୋଗରାଇ ଥାନାରେ ଅଭିଯୋଗ ହୋଇଛି ା ପୋଲିସ ଏହି ଘଟଣାରେ ଏକ ହତ୍ୟା ମାମଲା (ନଂ.୧୫୦/୧୯) ରୁଜୁ କରି ସୁନାଧରବସାଣ ଗ୍ରାମର ରାଜେନ୍ଦ୍ର ଦଳାଇ(୩୦)ଙ୍କୁ ତାଙ୍କ ଶ୍ୱଶୁର ଘର ବିଚିତ୍ରପୁରରୁ ଗିରଫ କରି କୋର୍ଟଚାଲାଣ କରିଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି ା ହତ୍ୟା ଘଟଣାରେ ଭୋଗରାଇ ଥାନା ପକ୍ଷରୁ ତଦନ୍ତ ଜାରି ରହିଛି ା
ଭୋଗରାଇହାଟସ୍ଥିତ ଶ୍ୟାମସୁନ୍ଦର ରିକ୍ରେସନ ସେଣ୍ଟର ପଡିଆରେ ସ୍ଥାନୀୟ ଶୁଭଲକ୍ଷ୍ମୀ ଅପେରାର ରିହରସାଲ ହେଉଥିଲା। ରିହରସାଲ ସରିବା ପରେ ଏହି ପାର୍ଟିର ହାସ୍ୟ କଳାକାର ବାଲିଆପାଳ ବ୍ଲକ କଟିସାହି ଗ୍ରାମର ତ୍ରିଲୋଚନ ରଣଜିତ(୫୦)ବଜାରକୁ ଯାଇଥିଲେ ା ସେଠାରେ ସୁନାଧରବସାଣ ଗ୍ରାମର ରାଜେନ୍ଦ୍ର ଦଳାଇଙ୍କ ସହିତ ଉକ୍ତ ଯାତ୍ରା ପାର୍ଟିର ଖଳନାୟକଙ୍କୁ ନେଇ ବଚସା ହୋଇଥିଲା। ଦୁଇଜଣଙ୍କ ମଧ୍ୟରେ ଠେଲାପେଲା ହେବା ସହିତ ଗଣ୍ଡଗୋଳ ଉଗ୍ରରୂପ ଧାରଣ କରିଥିଲା। ରାଜେନ୍ଦ୍ର ଉତ୍ତ୍ୟକ୍ତ ହୋଇ ଏକ ଠେଙ୍ଗାରେ ହାସ୍ୟ ଅଭିନେତା ରଣଜିତଙ୍କ ମୁଣ୍ଡକୁ ପ୍ରହାର କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ଭୋଗରାଇ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ଶ୍ରୀକାନ୍ତଙ୍କ ପ୍ରାର୍ଥିତ୍ୱରୁ ତ୍ରିମୁଖୀ ଲଢ଼େଇ

ବାଲେଶ୍ୱର,୧୬ା୪(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ଶ୍ରୀକାନ୍ତ ଜେନାଙ୍କ ନାମ ଘୋଷଣା କରାଯାଇଛି। ପୂର୍ବରୁ ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ଓ ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri