ଯାତ୍ରୀଙ୍କଠାରୁ ଲକ୍ଷେ ଟଙ୍କା ଝାମ୍ପିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ଛକଠାରୁ ବସ୍‌ରୁ ଓହ୍ଲାଇଥିବା ଜଣେ ଯାତ୍ରୀଙ୍କ ଠାରୁ ମଙ୍ଗଳବାର ପୂର୍ବାହ୍ନରେ ଲକ୍ଷେ ଟଙ୍କା ଝାମ୍ପି ନେଇଛନ୍ତି ଦୁର୍ବୃତ୍ତ। ଆନନ୍ଦପୁର ଥାନା ଅଡହୁରିଆ ଗ୍ରାମର ତପନ ଜେନା ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ବ୍ରାଞ୍ଚରୁ ଲକ୍ଷେ ଟଙ୍କା ଉଠାଇ ବସ୍‌ ଯୋଗେ ଆସିଥିଲେ। ବସ୍‌ଟି ବ୍ରିଜ ଛକଠାରେ କିଛି ସମୟ ଅଟକିବାରୁ ସଂପୃକ୍ତ ବ୍ୟକ୍ତି ଟଙ୍କା ବ୍ୟାଗ୍‌ ଧରି ତଳକୁ ଓହ୍ଲାଇଥିଲେ। ଠିକ୍‌ ଏହି ସମୟରେ ଏକ ବାଇକ୍‌ରେ ଦୁଇ ଜଣ ଲୁଟେରା ଆସି ଟଙ୍କା ଥିବା ବ୍ୟାଗ୍‌ଟିକୁ ଝାମ୍ପି ନେଇ ଫେରାର ହୋଇଯାଇଥିଲେ। ତପନ ଆନନ୍ଦପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ବ୍ୟାଙ୍କରେ ପହଞ୍ଚି ସିସି ଟିଭି ଫୁଟେଜ୍‌ ଯାଞ୍ଚ୍‌ କରି ଲୁଟେରାଙ୍କ ସମ୍ପର୍କରେ ଜାଣିବାକୁ ଉଦ୍ୟମ ଆରମ୍ଭ କରିଛି। ଅନ୍ୟପକ୍ଷରେ ଲୁଟ୍‌ ହେବା ପରେ କେତେକ ବ୍ୟକ୍ତି ସଂପୃକ୍ତ ଲୁଟେରାଙ୍କୁ ଧରିବାକୁ ଉଦ୍ୟମ କରିଥିଲେ ସୁଦ୍ଧା କୌଣସି ସଫଳତା ମିଳି ନ ଥିବା ଜଣାପଡ଼ିଛି। ସ୍ପଷ୍ଟ ଦିବାଲୋକରେ ଲୁଟ୍‌ ଘଟଣା ଆନନ୍ଦପୁର ପୋଲିସ ପାଇଁ କଡ଼ା ଚ୍ୟାଲେଞ୍ଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri