‘ଯାଯାବର’କୁ ହତାଦର

ଢେଙ୍କାନାଳ ଅଫିସ, ୧୦।୬ – ରାଜ୍ୟର ପର୍ଯ୍ୟଟନ ଶିଳ୍ପକୁ ପ୍ରୋତ୍ସାହିତ କରିବାକୁ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ‘ଯାଯାବର’। ଏହାର ଉଦ୍ଦେଶ୍ୟ ଥିଲା ଏକ ବର୍ଣ୍ଣାଢ଼୍ୟ ପରିବେଶରେ ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ସାମୟିକ ରହଣି ବ୍ୟବସ୍ଥା ସହ ସର୍ବୋତ୍ତମ ଆତିଥ୍ୟ ପ୍ରଦାନ କରିବା। ଏହାଦ୍ୱାରା ଅତିଥି ପର୍ଯ୍ୟଟକମାନେ କ୍ଲାନ୍ତି ଦୂର କରିପାରିବେ ଏବଂ ପର୍ଯ୍ୟଟନସ୍ଥଳୀରେ ଅଧିକ ସମୟ ବିତାଇବାକୁ ସୁଯୋଗ ପାଇବେ। ତେବେ ପରିଚାଳନାଗତ ତ୍ରୁଟି ଏବଂ ପର୍ଯ୍ୟଟନ ବିଭାଗର ଆଗ୍ରହର ଅଭାବ ଯୋଗୁ ଢେଙ୍କାନାଳରେ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପର ଭବିଷ୍ୟତ ଅନିଶ୍ଚିତତାକୁ ଠେଲି ହୋଇଯାଇଛି। ଏହାକୁ ଦେଖି ପର୍ଯ୍ୟଟକମାନେ କହିବା ଆରମ୍ଭ କଲେଣି ‘ଯାଯାବର’ ଏବେ ହତାଦରର ଶିକାର ହୋଇଛି।
ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି ଢେଙ୍କାନାଳ। ଏଠାରେ ବର୍ଷତମାମ ହଜାର ହଜାର ପର୍ଯ୍ୟଟକଙ୍କ ସମାଗମ ହୋଇଥାଏ। ଜିଲାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ଏବଂ ଏଥିରୁ ରାଜସ୍ବ ଆଦାୟ କରିବା ଲକ୍ଷ୍ୟରେ ସଦର ବ୍ଲକ ଗୋବିନ୍ଦପୁର ନିକଟ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ୨୦୧୮ରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିଲା ଯାଯାବର ପ୍ରକଳ୍ପ। ୧ ଏକର ୨୦ ଡେସିମିଲ ଜାଗାରେ ପରିକଳ୍ପିତ ଏହି ପ୍ରକଳ୍ପ ଲାଗି ଦେଢ଼ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଅଟକଳ କରାଯାଇଥିଲା। ୨୦୨୦ ସୁଦ୍ଧା ଏହା ଶେଷ ହୋଇ କାର୍ଯ୍ୟକ୍ଷମ ହେବାକୁ ଲକ୍ଷ୍ୟ ରଖାଯାଇଥିଲା। ଜାତୀୟ ରାଜପଥ ଦେଇ ଯାତାୟତ କରୁଥିବା ଯାତ୍ରୀ, ପର୍ଯ୍ୟଟକମାନେ ‘ଯାଯାବର’ରେ ବିଶ୍ରାମ ନେବା ଏବଂ ସେମାନଙ୍କୁ ହାତପାଆନ୍ତାରେ ଜଳଖିଆ, ପାନୀୟ, ଚା, କଫି ଯୋଗାଇ ଦେବା ଉଦ୍ଦେଶ୍ୟରେ ପ୍ରକଳ୍ପ ନିର୍ମାଣ ଆରମ୍ଭ ହୋଇଥିଲା। ହେଲେ ସମୟ ଅବଧି ମଧ୍ୟରେ କେବଳ ବିଶ୍ରାମ ଲାଗି ଉଦ୍ଦିଷ୍ଟ ଘର ନିର୍ମାଣ ସରିଛି। କରୋନା ଲକ୍‌ଡାଉନ୍‌ ଯୋଗୁ ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା। କଟକଣା କୋହଳ ପରେ ବି କାମ ଆଉ ଆଗଉନି କି କାହାର ଦେଖା ମିଳୁନି। ଫଳରେ ଆନୁଷଙ୍ଗିକ ଭିତ୍ତିଭୂମି ବିକାଶ କାର୍ଯ୍ୟ ଅଟକି ଯାଇଛି। କରୋନା ସଙ୍କଟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ କେବେ ସରିବ ଏବଂ ଏହା କିଭଳି କାର୍ଯ୍ୟକ୍ଷମ ହେବ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏ ସଂକ୍ରାନ୍ତରେ ଢେଙ୍କାନାଳ ଦାୟିତ୍ୱରେ ଥିବା ଅନୁଗୋଳ ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ କୁହନ୍ତି, ଯାଯାବର ପ୍ରକଳ୍ପକୁ ପିପିପି ମୋଡ୍‌ରେ ଚଳାଇବା ଲାଗ ନିଷ୍ପତ୍ତି ନିଆଯାଇଛି। ସେ କିଛିଦିନ ତଳେ ପ୍ରକଳ୍ପ କାର୍ଯ୍ୟସ୍ଥଳ ପରିଦର୍ଶନ କରିଥିଲେ। ଏବେ ସୁଦ୍ଧା ଏ ସଂକ୍ରାନ୍ତରେ କୌଣସି ବିଜ୍ଞାପନ କିମ୍ବା ନିର୍ଦ୍ଦେଶନାମା ଜାରି ହୋଇ ନ ଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri