ଯୁକକଙ୍କ ସନ୍ଦେହଜନକ ମୃତ୍ୟୁ: ଥାନାରେ ମାଡ଼ ମରାଯାଇଥିବା ଚର୍ଚ୍ଚା, ଦୋଷ ଝାଡ଼ୁଛି ପୋଲିସ

ନାଉଗାଁ, ୩।୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଯୁବକଙ୍କ ବୁଧବାର ସକାଳେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଗାଁ ଗ୍ରାମର ବନ୍ଦନ ମହାନ୍ତି (୨୭)।
ନାଉଗାଁ ଥାନା ଅଧିକାରୀ ପ୍ରଜ୍ଞା ପୀତାମ୍ବର କରଙ୍କ ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିିତ ରାତିରେ ବନ୍ଦନ ଗ୍ରାମର ଅଭିଳାଷ ନାୟକ ନାମକ ଜଣେ ଦୋକାନୀଙ୍କୁ ସିଗାରେଟ ମାଗିଥିଲେ। ମାତ୍ର ସେ ଏତେ ରାତିରେ ଦେବାକୁ ମନା କରିବାରୁ ବନ୍ଦନ ହାତରେ ଧରିଥିବା ଲୁହାରଡ଼ରେ ତାଙ୍କୁ ମାଡ଼ ମାରିଥିଲେ। ତେବେ ଅଭିଳାଷ ଚିତ୍କାର କରିବାରୁ ତାଙ୍କ ଘରଲୋକ ଘଟଣାସ୍ଥଳରେ ପହଞ୍ଚି ବନ୍ଦନଙ୍କ ହାତରୁ ରଡ଼ ଛଡ଼ାଇ ସେଥିରେ ତାଙ୍କୁ ଆକ୍ରମଣ କରିଥିଲେ। ବନ୍ଦନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଘଟଣାସ୍ଥଳରୁ ଅଭିଳାଷଙ୍କ ପରିବାର ପକ୍ଷରୁ ଥାନାକୁ ଖବର ଦିଆଯାଇଥିଲା। ପୋଲିସ ପହଞ୍ଚି ବନ୍ଦନଙ୍କୁ ନାଉଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ମାତ୍ର ସେଠାରେ ବୁଧବାର ତାଙ୍କର ମୃତ୍ୟୁ ଘଟିଥିବା ଥାନା ଅଧିକାରୀ କହିଛନ୍ତି। ତେବେ ଏହି ଘଟଣାରେ ଅଭିଳାଷଙ୍କୁ ଥାନାରେ ଅଟକ ରଖାଯାଇ ପଚରା ଉଚରା କରାଯାଉଥିବା ବେଳେ ବନ୍ଦନଙ୍କ ପରିବାର ବାହାରେ ଥିବାରୁ ଏ ନେଇ ତାଙ୍କୁ ଜଣାଇ ଦିଆଯାଇଥିଲେ ସୁଦ୍ଧା ସେମାନଙ୍କ ପକ୍ଷରୁ କୌଣସି ଅଭିଯୋଗ ହୋଇନାହିଁ। ମୃତଦେହ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଛି।

ଅପରପକ୍ଷେ ବନ୍ଦନଙ୍କୁ ରାତିରେ ଥାନାରେ ରଖାଯାଇ ମାଡ଼ ମାରିବା ପରେ ଗୁରୁତର ହେବାରୁ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri