ଯୁକ୍ତ୨ ନାମଲେଖା ଆରମ୍ଭ: ୨୯ରେ ପ୍ରଥମବର୍ଷ ପାଠ ପଢ଼ା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଯୁକ୍ତ୨ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପ୍ରଥମବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରୀଛାତ୍ର ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ ୩୩ହଜାର ୫୭୩ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ପ୍ରଥମ କଟ୍‌ ଅଫ୍‌ରେ ମନୋନୀତ ଛାତ୍ରୀଛାତ୍ରଙ୍କ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଏହା ୬ ତାରିଖ ଯାଏ ଚାଲିବ। ଆସନ୍ତା ୧୨ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇବ। ସିଟ୍‌ ବଳକା ପଡ଼ିଲେ ସ୍ପଟ୍‌ ଆଡ଼ମିଶନ୍‌ କରାଯିବ। ଜୁଲାଇ ୨୯ରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠ ପଢ଼ା ଆରମ୍ଭ ହେବ।
ତେବେ ପ୍ରଥମ ଦିନରେ ନାମଲେଖାରେ ଅବ୍ୟବସ୍ଥା ଦେଖାଦେଇଛି। ଛାତ୍ରୀଛାତ୍ରମାନେ ଇଣ୍ଟିମେଶନ ଲେଟର୍‌ ଡାଉନ୍‌ଲୋଡ୍‌ କରିପାରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଦୀର୍ଘ ସମୟ ଧରି ଛାତ୍ରୀଛାତ୍ର ଓ ଅଭିଭାବକ ଏନେଇ ଅପେକ୍ଷା କରି ରହିଥିବା ଦେଖାଯାଇଥିଲା। ଅନ୍ୟପକ୍ଷରେ ବିନା ଇଣ୍ଟିମେଶନରେ ବି ଆବେଦନପତ୍ରର ନମ୍ବର ଅନୁସାରେ ବିଜେବି କଲେଜରେ ଆଡ଼ମିଶନ ହେଉଥିବା କଲେଜ କର୍ତ୍ତୃପକ୍ଷ କହିଛନ୍ତି। ସେହିଭଳି ସିବିଏସ୍‌ଇ ଓ ଆଇସିଏସ୍‌ଇ ଛାତ୍ରୀଛାତ୍ରଙ୍କ ଆଡମିଶନ୍‌ରେ ମଧ୍ୟ ସମସ୍ୟା ସୃଷ୍ଟି ହୋଇଛି। ଆଇନଜୀବୀଙ୍କ ଆନ୍ଦୋଳନ ଯୋଗୁ ଆଡ଼ମିଶନ୍‌ ପାଇଁ ଆବଶ୍ୟକ ପଡ଼ୁଥିବା ଆଫିଡେଭିଟ୍‌ ହୋଇପାରୁନି ବୋଲି ଛାତ୍ରୀଛାତ୍ରମାନେ କହିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri